ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ । ବର୍ତ୍ତମାନ ମୁଖ୍ଯମନ୍ତ୍ରୀ ଏହି ଘଟଣାକୁ ନେଇ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।

୧୦ ଲକ୍ଷର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ରାଶି ପୀଡ଼ିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କୁ ଦିଆଯିବ । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତଦନ୍ତ କରି ଦୋଷୀକୁ କଠୋରରୁ ଅତି କଠୋର ଦଣ୍ଡବିଧାନ ହେବ ବୋଲି କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସରକାରୀ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ଟ୍ବିଟ କରି କୁହାଯାଇଛି ଯେ, ଭଦ୍ରକ ଜିଲ୍ଲାର ଚାନ୍ଦବାଲିଠାରେ ଘଟିଯାଇଥିବା ଅଭାବନୀୟ ଘଟଣା ବିଷୟରେ ଅବଗତ ହୋଇ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି । ସମ୍ପୃକ୍ତ ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ପୀଡ଼ିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri