ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରିବା ସହିତ ଏହି ଅଂଚଳର ଭିତ୍ତଭୂମି ବିକାଶ ନିମନ୍ତେ ଜିଲ୍ଲା ପ୍ରଶାସନ ସହିତ ସମୀକ୍ଷା କରିଛନ୍ତି।

ମୁଖ୍ୟମନ୍ତ୍ରୀ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ଯୋଗଦେବା ପୂର୍ବରୁ ତାରାତାରିଣୀ ପୀଠ ବୁଲି ଦେଖିଥିଲେ ଏବଂ ଏହି ଅଂଚଳର ଉନ୍ନତିକରଣ ପାଇଁ ବିଭିନ୍ନ କାର୍ଯ୍ୟକାରୀ ହେବାକୁ ଭିତ୍ତିଭୂମିର ବିକାଶ ପାଇଁ ସ୍ଥାନୀୟ ଲୋକପ୍ରନିଧିଙ୍କ ସହିତ ଆଲୋଚନା କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟ ସରକାର ମା’ ତାରାତାରିଣୀ ପୀଠର ଭିତ୍ତିଭୂମି ବିକାଶ ନିମନ୍ତେ ୬୮ କୋଟି ଟଙ୍କା ଦେଇଛନ୍ତି । ଏଥିରେ ସୁରକ୍ଷା ଓ ପରିମଳ ବ୍ୟବସ୍ଥା, ଗୋଟିଏ ସ୍ଵୟଂଚାଳିତ ରନ୍ଧାଯନ୍ତ୍ର ପ୍ରତିଷ୍ଠା (ପାହାଡ ଉପରେ), ୯୯୯ ପଥର ପାହାଚର ମରାମତି ଓ ପୁନଃ ନିର୍ମାଣ, ଯାନବାହାନ ରହଣୀସ୍ଥଳ ଓ ହେଲିପ୍ୟାଡ୍‌ପାଇଁ ଜମି ଅଧିଗ୍ରହଣ ଦିଗରେ ପଦକ୍ଷେପ ଗ୍ରହଣ କରାଯାଇଛି।

ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଏହା ସହିତ ଭକ୍ତ, ଯାତ୍ରୀମାନଙ୍କୁ ଆବଶ୍ୟକୀୟ ସୁବିଧା ସୁଯୋଗ ଯୋଗାଇଦେବା ତଥା ଆଧ୍ୟାତ୍ମିକ ଓ ସାଂସ୍କୃତିକ ଅନୁଭବ ଉପଲବ୍ଧ କରାଇବା ମହତ୍ତ୍ ଉଦ୍ଦେଶ୍ୟ ନେଇ ରାଜ୍ୟ ସରକାର ପୁଣି ୩୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ ସିଂହଦ୍ଵାର ସାମନାରେ ବହୁତଳ ବିଶିଷ୍ଟ ଧର୍ମଶାଳା, ବଣଭୋଜି ସ୍ଥଳ, ରାସ୍ତାଘାଟ ଉନ୍ନତିକରଣ ଯଥା ନବ ନିର୍ମିତ ପୋଲ ଠାରୁ ମୁଖ୍ୟରାସ୍ତା ଓ ଘାଟ ରୋଡ ପାର୍ଶ୍ଵରେ ସୁରକ୍ଷା ପ୍ରାଚୀର, ଆଲୋକୀକରଣ, ସାଇନ୍ ବୋର୍ଡ, ମନ୍ଦିର ଚତୁର୍ଦ୍ଦିଗରେ ୫ ଗୋଟି ଗୁମୁଟ, ମନ୍ଦିର ଉତ୍ତରପାର୍ଶ୍ଵ ଉନ୍ନତିକରଣ, ଋଷିକୂଲ୍ୟା ନଦୀ ପଠାରେ ହେବାକୁଥିବା ଅନ୍ୟାନ୍ୟ ଉନ୍ନତିକରଣ କାର୍ଯ୍ୟକ୍ରମ ୨୫ କୋଟି ଟଙ୍କା ବ୍ୟୟରେ କରାଯିବ । ଏହା ସହିତ ମନ୍ଦିର ସମେତ ଅନ୍ୟାନ୍ୟ କୋଠାବାଡି ରକ୍ଷଣାବେକ୍ଷଣ ନିମନ୍ତେ ୫ କୋଟି ଟଙ୍କା ସ୍ଥାୟୀଜମା ଆକାରରେ ରଖାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri