Posted inଜାତୀୟ

ଗୁଜରାଟ ପରେ ଏଏପିର ହିମାଚଳ ମିଶନ

ଶିମ୍‌ଲା,୨୫।୭: ଆସନ୍ତା ବର୍ଷ ଗୁଜରାଟ ଓ ହିମାଚଳ ପ୍ରଦେଶର ବିଧାନସଭା ନିର୍ବାଚନ ରହିଛି। ଏହି ପରିପ୍ରେକ୍ଷୀରେ କିଛି ଦିନ ତଳେ ଗୁଜରାଟ ଗସ୍ତ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ରାଲି କରି ଶକ୍ତି ପ୍ରଦର୍ଶନ କରିଥିଲେ। ଇତିମଧ୍ୟରେ ସୋମବାର ହିମାଚଳ ପ୍ରଦେଶର ସୋଲାନରେ ସୋମବାର ଆମ ଆଦମୀ ପାର୍ଟି(ଏଏପି) କାର୍ଯ୍ୟାଳୟରେ ୯,୧୯୩ ପଦାଧିକାରୀଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା। ବର୍ଷା ଯୋଗୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଏହି ସମାରୋହରେ ପହଞ୍ଚିପାରି ନ ଥିଲେ। ତେବେ ସୋଲାନର ଏହି ସାଧାରଣ ସଭାକୁ ସେ ଭର୍ଚୁଆଲ ମାଧ୍ୟମରେ ସମ୍ବୋଧିତ କରିଥିଲେ। ଏହି ସମୟରେ କେଜ୍‌ରିଓ୍ବାଲ କହିଛନ୍ତି, କିଛି ମାସ ମଧ୍ୟରେ ହିମାଚଳ ପ୍ରଦେଶରେ ଏଏପିର ପରିବାର ଏତେ ବଡ ହୋଇଯାଇଛି ଯେ, ଆଜି ୯ହଜାରରୁ ଅଧିକ ପଦାଧିକାରୀ ଶପଥ ନେଉଛନ୍ତି। ଏହି ଶପଥ ସଚ୍ଚୋଟତା, ଜାତୀୟ ସ୍ବାର୍ଥ ପାଇଁ। ଆଜି ଆମେ ଶପଥ ନେବୁ ଯେ, ଶରୀର, ମନ ଏବଂ ଧନ ସହିତ ହିମାଚଳବାସୀଙ୍କ ସେବା କରିବୁ। ଏତଦ୍‌ ବ୍ୟତୀତ ସେ କହିଛନ୍ତି, ଦରବୃଦ୍ଧିରୁ ମୁକ୍ତି ଦେବା ଫର୍ମୁଲା କେବଳ ଏଏପି ପାର୍ଟିକୁ ଆସିଥାଏ। ଦିଲ୍ଲୀ ପରେ ଏବେ ପଞ୍ଜାବରେ ମଧ୍ୟ ମାଗଣା ବିଦ୍ୟୁତ୍‌ ଓ ୭୫ ବିଶିଷ୍ଟ ମହଲା କ୍ଲିନିକ ପ୍ରତିଷ୍ଠା କରାଯାଇଛି। ଏହା ହିମାଚଳରେ ମଧ୍ୟ ହୋଇପାରେ ବୋଲି କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri