Posted inଜାତୀୟ

ସୋନାଲିଙ୍କ ପରିବାରକୁ ଭେଟି ସିବିଆଇ ତଦନ୍ତ ଦାବି କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ, ୭।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଦିବଂଗତ ଭାଜପା ନେତ୍ରୀ ସୋନାଲି ଫୋଗାଟଙ୍କ ପରିବାରକୁ ଭେଟିଥିଲେ। ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାଗବନ୍ତ ମନ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ସିବିଆଇ ଦ୍ୱାରା ସୋନାଲି ଫୋଗାଟ ମାମଲାର ତଦନ୍ତ କରାଯିବାକୁ ନେଇ କେଜ୍‌ରିୱାଲ ଦାବି ଉଠାଇଥିଲେ। ସେ କହିଛନ୍ତି, ହରିୟାଣା ଏବଂ ଗୋଆରେ ଭାଜପା ସରକାର ଅଛି। ସିବିଆଇ ଦ୍ୱାରା ଏହି ସମଗ୍ର ଘଟଣାର ଅନୁସନ୍ଧାନ କରାଯିବା ଉଚିତ। ସୋନାଲିଙ୍କ ପରିବାରକୁ ନ୍ୟାୟ ମିଳିବା ଜରୁରୀ। ସିବିଆଇ ଅନୁସନ୍ଧାନରେ ଯେତେ ବିଳମ୍ବ ହେବ ସେତେ ଅଧିକ ସନ୍ଦେହ ବଢିବ। ବଡ ନେତା, ବଡ ଲୋକ, ବଡ ବ୍ୟବସାୟୀ ଏଥିରେ ଜଡିତ ଥିବା ନେଇ ଆଶଙ୍କା ପ୍ରକାଶ ପାଇଛି ବୋଲି ସେ କହିଛନ୍ତି। ସିବିଆଇ ତଦନ୍ତ ହେଲେ ଏହି ସମସ୍ତ ସନ୍ଦେହ ସ୍ପଷ୍ଟ ହେବ।
ସୂଚନାଯୋଗ୍ୟ,ଗତ ଅଗଷ୍ଟ ୨୩ରେ ଅଭିନେତ୍ରୀ ତଥା ଭାଜପା ନେତ୍ରୀ ସୋନାଲି ଫୋଗଟଙ୍କ ଗୋଆରେ ମୃତ୍ୟୁ ଘଟିଥିଲା। ପ୍ରାରମ୍ଭରେ, ମୃତ୍ୟୁର କାରଣ ହୃଦଘାତ ବୋଲି କୁହାଯାଉଥିଲା, କିନ୍ତୁ ଧୀରେ ଧୀରେ ଏହା ହତ୍ୟାକାଣ୍ଡ ବୋଲି ଏବେ ଚର୍ଚ୍ଚା ହେଉଛି। ସୋନାଲିଙ୍କ ପିଏ ଏଥିରେ ସମ୍ପୃକ୍ତ ଥିବା ମଧ୍ୟ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri