ବର୍ଦ୍ଧିତ କରୋନା ମାମଲା ମଧ୍ୟରେ ବୁଷ୍ଟର ଡୋଜ ନେବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୭: ଦେଶରେ ପୁଣି ଥରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଭାରତର କେତୋଟି ରାଜ୍ୟରେ କରୋନା ମାମଲା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ରାଜ୍ୟବାସୀଙ୍କୁ ବୁଷ୍ଟର ଡୋଜ ନେବାକୁ ନିବେଦନ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ଦିଲ୍ଲୀରେ ଉଭୟ ପ୍ରଥମ ଏବଂ ଦ୍ୱିତୀୟ ଡୋଜର ମୋଟ ୩.୫ କୋଟିରୁ ଅଧିକ ଟିକା ଦିଆଯାଇଛି। ଇତିମଧ୍ୟରେ ଅଧିକାଂଶ ଦିଲ୍ଲୀବାସୀଙ୍କୁ କରୋନା ଟିକାର ଦ୍ୱିତୀୟ ଡୋଜ୍‌ ଦିଆଯାଇସାରିଛି। କିନ୍ତୁ ରାଜ୍ୟରେ ତୃତୀୟ ଅର୍ଥାତ୍‌ ବୁଷ୍ଟର ଡୋଜ ଟିକା ନେବା ପ୍ରକ୍ରିୟା ବହୁତ ଧୀର ଚାଲିଥିବା ନେଇ ମୁଖ୍ୟମନ୍ତ୍ରୀ ଚିନ୍ତା ପ୍ରକଟ କରିଛନ୍ତି। ଏପର୍ଯ୍ୟନ୍ତ ୧୮.୫ ଲକ୍ଷ ଲୋକ ବୁଷ୍ଟର ଡୋଜ ନେଇଛନ୍ତି। ଏହାର ଅର୍ଥ ହେଉଛି ଅନେକ ଲୋକ ଏପର୍ଯ୍ୟନ୍ତ ବୁଷ୍ଟର ଡୋଜ ନେଇନାହାନ୍ତି ବୋଲି ଅରବିନ୍ଦ କେଜ୍ରିୱାଲ କହିଛନ୍ତି। ଅନ୍ୟପଟେ ଯେଉଁମାନଙ୍କର ୧୮ବର୍ଷ ବୟସ କିମ୍ବା ତା’ଠାରୁ ଅଧିକ ଏବଂ ଛଅ ମାସରୁ ପୂର୍ବରୁ ଯେଉଁମାନେ ଦ୍ୱିତୀୟ ଟିକା ନେଇସାରିଛନ୍ତି, ସେମାନେ ବୁଷ୍ଟର ଡୋଜ ନେଇପାରିବେ। ବିଶେଷ କରି ବରିଷ୍ଠ ନାଗରିକ, ସ୍ବାସ୍ଥ୍ୟକର୍ମୀ, କରୋନା ଯୋଦ୍ଧା ଓ ୧୨-୧୭ ବର୍ଷର ପିଲାମାନଙ୍କୁ ତୁରନ୍ତ ବୁଷ୍ଟର ଡୋଜ ନେବାକୁ କେଜ୍ରିଓ୍ବାଲ ନିବେଦନ କରିଛନ୍ତି। ଦିଲ୍ଲୀରେ ଦିନକୁ ୧ଲକ୍ଷ ଲୋକଙ୍କୁ କରୋନା ଡୋଜ ଦେବାର କ୍ଷମତା ରହିଛି, ଯେଉଁଥିରେ ଉଭୟ ବେସରକାରୀ ତଥା ସରକାରୀ ସୁବିଧା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ

ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ…

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?