Posted inଜାତୀୟ

ଆଜି ବି ଇଡି ସାମ୍ନାରେ ହାଜର ହେବେନି କେଜ୍‌ରିଓ୍ବାଲ, ମାଗିଲେ ନୂଆ ତାରିଖ, ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୪।୩: ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ପଚରାଉଚରା ପାଇଁ ପ୍ରସ୍ତୁତ ହୋଇଛନ୍ତି। ସେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରୁ ମାର୍ଚ୍ଚ ୧୨ପରେ ଏକ ନୂତନ ତାରିଖ ମାଗିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ହାଜର ହେବେ ବୋଲି କହିଛନ୍ତି। ତେବେ ଆଜି ଅଷ୍ଟମ ସମନରେ ମଧ୍ୟ କେଜ୍‌ରିଓ୍ବାଲ ହାଜର ହେବେ ନାହିଁ।

ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଇଡିକୁ ଏକ ଜବାବ ପଠାଇଛନ୍ତି।ସେ କହିଛନ୍ତି, ଏହି ସମନ ବେଆଇନ , କିନ୍ତୁ ମୁଁ ତୁମର ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ । ମାର୍ଚ୍ଚ ୧୨ପରେ କେଜ୍‌ରିଓ୍ବାଲ ଇଡିରୁ ଏକ ନୂତନ ତାରିଖ ମାଗିଛନ୍ତି। ଆମ ଆଦମୀ ପାର୍ଟି କହିଛି ଯେ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଇଡି ଯାଞ୍ଚରେ ଯୋଗଦେବେ।

ଫେବୃଆରୀ ୨୭ରେ ମଦ ଦୁର୍ନୀତି ମାମଲାରେ ଇଡି ଅଷ୍ଟମ ସମନ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ନିକଟକୁ ପଠାଇଥିଲା। ଏହାପୂର୍ବରୁ ଇଡି ତାଙ୍କୁ ସାତଥର ଡକାଇଥିଲା। କିନ୍ତୁ ମୁଖ୍ୟମନ୍ତ୍ରୀ ଏ ପର୍ଯ୍ୟନ୍ତ ଇଡି ଆଗରେ ହାଜର ହୋଇନାହାଁନ୍ତି। ବର୍ତ୍ତମାନ ସେ ଅଷ୍ଟମ ସମନ ସମୟରେ ମଧ୍ୟ ହାଜର ହେବେ ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?