Posted inଜାତୀୟ

କଂଗ୍ରେସର ଅଳିଆକୁ ନେବାକୁ ଚାହୁଁନାହିଁ ଏଏପି: କେଜରିୱାଲ

ଅମୃତସର,୨୩ ।୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିୱାଲ ଏବେ ପଞ୍ଜାବ ବିଧାନସଭାରେ ନିଜ ଦଳକୁ ଶକ୍ତ କରିବାରେ ଲାଗି ପଡିଛନ୍ତି । ମଙ୍ଗଳବାର ପଞ୍ଜାବରେ ପହଞ୍ଚି ସେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ଅମୃତସରରେ ଏକ ଖବରଦାତା ସମ୍ମିଳନୀରେ କେଜରିୱାଲ କହିଛନ୍ତି ସେ କଂଗ୍ରେସର ଅଳିଆ ନେବାକୁ ଚାହୁଁ ନାହାନ୍ତି, ନ ହେଲେ ସନ୍ଧ୍ୟା ସୁଦ୍ଧା କଂଗ୍ରେସର ୨୫ ବିଧାୟକ, ୨-୩ ଏମ୍‌ପି ଏଏପିରେ ଥାଆନ୍ତେ । ଖବରଦାତା ସମ୍ମିଳନୀରେ କେଜରିୱାଲ କହିଛନ୍ତି ସବୁ ଦଳରେ ଏମିତି ମନୋମାଳିନ୍ୟ ଥାଏ । ଯେଉଁମାନଙ୍କୁ ଟିକେଟ ନ ମିଳେ ସେମାନେ ରାଗି ଯାଆନ୍ତି, ସେମାନଙ୍କୁ ବୁଝାଇବାକୁ ଚେଷ୍ଟା କରାଯାଏ । କିଛି ଲୋକ ମାନି ଯାଆନ୍ତି, ଆଉ କିଛି ଲୋକ ଅଭିମାନ କରି ଅନ୍ୟ ଦଳକୁ ଚାଲି ଯାଆନ୍ତି । ଏବେ କଂଗ୍ରେସର ବହୁତ ଲୋକ ଆମ ସମ୍ପର୍କରେ ରହିଛନ୍ତି, ହେଲେ ଆମେ କଂଗ୍ରେସର ଅଳିଆକୁ ନେବାକୁ ଚାହୁଁନୁ । ସୂଚନାଯୋଗ୍ୟ, ନିକଟରେ ଏଏପିର ଦୁଇ ନେତା ଦଳ ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି । ଅନ୍ୟପଟେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ କଥା ଉଠିବାରୁ କେଜରିୱାଲ କହିଲେ ତାଙ୍କ ଦଳ ପ୍ରଥମେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

IPL ୨୦୨୭ ପୂର୍ବରୁ CSKରେ ଲାଗିଲା ଜୋରଦାର ଝଟ୍‌କା: ୧୫ ବର୍ଷ ପରେ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ,୧୦।୧୦: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଟିମ୍‌ରେ ବଡ଼ ପରିବର୍ତ୍ତନ ଜାରି ରହିଛି। ଏହି ଫ୍ରାଞ୍ଚାଇଜ ନିଜର କିମ୍ବଦନ୍ତୀ ବ୍ୟାଟିଂ କୋଚ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?