Posted inଜାତୀୟ

ରାଜଧାନୀରେ ଶେଷ ହେବ ପାନୀୟ ଜଳ ସମସ୍ୟା

ନୂଆଦିଲ୍ଲୀ,୨୬ ।୨: ରାଜଧାନୀବାସୀଙ୍କୁ ଆଉ ପାଣି ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ଏଥିପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଫଳରେ ପ୍ରତି ଘରେ ୨୪ ଘଣ୍ଟା ପାନୀୟ ଜଳ ଯୋଗାଇ ଦିଆଯାଇ ପାରିବ । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ କହିଛନ୍ତି ବର୍ଷାଦିନେ ଯମୁନା ନଦୀରେ ଆସୁଥିବା ଅଧିକ ପାଣିକୁ ଷ୍ଟୋର କରି ଏହାକୁ ପାନୀୟ ଜଳ ଭାବେ ବ୍ୟବହାର କରାଯିବ । ଏ ନେଇ ବସିଥିବା ବୈଠକରେ ଏ ସମ୍ପର୍କରେ ଆଲୋଚନା କରାଯାଇଛି । କେଜରିୱାଲ କହିଛନ୍ତି ବର୍ଷାଦିନେ ଯମୁନା ନଦୀରେ ଆସୁଥିବା ଅଧିକ ଜଳକୁ ସଂରକ୍ଷଣ କରିବା ଲାଗି ବଜିରାବାଦ ଜଳାଶୟର ଉପରିଭାଗରେ ୪୫୯ ଏକର ବିଶିଷ୍ଟ କ୍ୟାଚମେଣ୍ଟ ୱେଟଲ୍ୟାଣ୍ଡ ତିଆରି କରାଯିବ । ଏଥିରେ ଅଧିକ ଜଳକୁ ସଂଗ୍ରହ କରାଯାଇ ବିଶୁଦ୍ଧ କରାଯିବା ପରେ ଲୋକଙ୍କ ପାନୀୟ ଜଳ ଲାଗି ଏହାକୁ ବ୍ୟବହାର କରାଯିବ । ଏହି ଯୋଜନା ପ୍ରସ୍ତୁତ କରିବାକୁ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ୨୦ ଏକରର ଅଫ ରିଭର ମିନି ଜଳାଶୟ ପ୍ରସ୍ତୁତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଦିଲ୍ଲୀ ସରକାର ଏହାକୁ ପାଇଲଟ ପ୍ରୋଜେକ୍ଟ ଭାବେ ଆରମ୍ଭ କରିବାକୁ ଯାଉଛନ୍ତି । ଯଦି ଏହା ସଫଳ ହେଲା ତେବେ ଆହୁରି ଅଧିକ ଜଳାଶୟ କରି ବର୍ଷା ପାଣିକୁ ସଂଗୃହିତ କରାଯାଇ ଏହାକୁ ବିଶୁଦ୍ଧ କରି ପାନୀୟ ଜଳ ଭାବେ ବ୍ୟବହାର କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri