Posted inଜାତୀୟ

ଶରଦ ପାୱାରଙ୍କୁ ଭେଟିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ, ୨୫।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଗୁରୁବାର ମୁମ୍ବାଇରେ ଏନସିପି ମୁଖ୍ୟ ଶରଦ ପାୱାରଙ୍କୁ ଭେଟିଛନ୍ତି। ବରିଷ୍ଠ ଏନସିପି ନେତା ଓ୍ବାଇ.ବି ଚାବନ, ଅଜିତ ପାୱାର, ଛଗନ ଭୁଜବଲ, ସୁନୀଲ ତଟକେରେ କେଜ୍‌ରିଓ୍ବାଲଙ୍କୁ ସ୍ବାଗତ କରିଥିଲେ। ତେବେ ଏହି ସାକ୍ଷାତରେ କେଜ୍‌ରିଓ୍ବାଲ ଦିଲ୍ଲୀର ସ୍ଥାନାନ୍ତର-ପୋଷ୍ଟିଂକୁ ନେଇ କେନ୍ଦ୍ର ସରକାର ଜାରି କରିଥିବା ଅଧ୍ୟାଦେଶ ବିରୋଧରେ ପାୱାରଙ୍କ ସମର୍ଥନ ଲୋଡିଛନ୍ତି। ସେ କହିଛନ୍ତି, ଶରଦ ପାୱାର ସାର ହେଉଛନ୍ତି ଦେଶର ସବୁଠାରୁ ବଡ ନେତା। ମୁଁ ଆଜି ତାଙ୍କୁ ସମର୍ଥନ ପାଇଁ ଅନୁରୋଧ କରିଛି। ଏଥିସହ ଦେଶର ଅନ୍ୟ ଦଳଗୁ କେମିତି ଆମକୁ ସମର୍ଥନ କରିବେ, ସେନେଇ ମଧ୍ୟ ସହାୟତା କରିବାକୁ କହିଛି।

କେଜ୍‌ରିଓ୍ବାଲଙ୍କ ସହ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ଏଏପି ଏମ୍‌ପି ରାଘବ ଚଡ୍ଡା, ଦିଲ୍ଲୀ ମନ୍ତ୍ରୀ ଅତିଶୀ ଏବଂ ଅନ୍ୟ ଏଏପି ନେତାମାନେ ମଧ୍ୟ ଶରଦ ପାୱାରଙ୍କୁ ଭେଟିଛନ୍ତି। ଏହାପୂର୍ବରୁ ବୁଧବାର କେଜ୍‌ରିଓ୍ବାଲ ମୁମ୍ବାଇସ୍ଥିତ ବାସଭବନରେ ଶିବସେନା ନେତା ଉଦ୍ଧବ ଠାକରେଙ୍କୁ ଭେଟିଥିଲେ। ବର୍ତ୍ତମାନ ମୁମ୍ବାଇରେ ଥିବା କେଜ୍‌ରିଓ୍ବାଲ କହିଛନ୍ତି, ଭାଜପାର ଗେମ ପ୍ଲାନ ଦେଶ ପାଇଁ ଅତ୍ୟନ୍ତ ବିପଦଜନକ ସ୍ଥିତି ସୃଷ୍ଟି କରୁଛି। ଏହା ବିରୋଧୀଙ୍କ ପାଇଁ ପ୍ରସଙ୍ଗ ନୁହେଁ। ଏହା ଦେଶର ପ୍ରସଙ୍ଗ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri