Posted inଜାତୀୟ

ଟଙ୍କାରେ ମା’ ଲକ୍ଷ୍ମୀ, ଗଣେଶଙ୍କ ଫଟୋ ରଖିବା ପ୍ରସଙ୍ଗ: ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୨୮।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖି ନୂଆ ନୋଟ୍‌ରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସହ ମା’ ଲକ୍ଷ୍ମୀ ଏବଂ ଭଗବାନ ଗଣେଶଙ୍କ ଫଟୋ ରଖିବାକୁ ଦାବି କରିଛନ୍ତି। କେଜ୍‌ରିୱାଲ ଶୁକ୍ରବାର ପ୍ରଧାନମନ୍ତ୍ରୀଙ୍କ ନିକଟକୁ ପଠାଯାଇଥିବା ଚିଠିକୁ ଟୁଇଟ୍‌ କରି ଲେଖିଛନ୍ତି, ମୁଁ ୧୩୦ କୋଟି ଭାରତୀୟଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛି। ଭାରତୀୟ ନୋଟ୍‌ରେ ଗୋଟିଏ ପଟେ ଗାନ୍ଧୀ ଜୀ ଏବଂ ଅନ୍ୟ ପଟେ ପ୍ରଭୁ ଶ୍ରୀ ଗଣେଶ ଏବଂ ଲକ୍ଷ୍ମୀ ମା’ଙ୍କର ଫଟୋ ରହୁ। ଏହା ସମସ୍ତେ ଚାହାନ୍ତି। ଆଜି ଦେଶର ଅର୍ଥନୀତି ଅତ୍ୟନ୍ତ ଖରାପ ପର୍ଯ୍ୟାୟରେ ଗତି କରୁଛି।
ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ଭାରତକୁ ଗରିବ ଦେଶମାନଙ୍କ ମଧ୍ୟରେ ଗଣାଯାଉଛି। ଏବେ ବି ଅନେକ ଲୋକ ଦାରିଦ୍ର୍ୟ ସୀମା ରେଖା ତଳେ ରହିଛନ୍ତି। ଏମିତି କାହିଁକି ବୋଲି କେଜ୍‌ରିଓ୍ବାଲ ଚିଠି ଜରିଆରେ ପ୍ରଶ୍ନ କରିଛନ୍ତି।
କେଜ୍‌ରିଓ୍ବାଲ ଆହୁରି ମଧ୍ୟ କହିଛନ୍ତି, ଗୋଟିଏ ପଟେ ଦେଶବାସୀ କଠିନ ପରିଶ୍ରମ କରିବା ଆବଶ୍ୟକ ଏବଂ ଅନ୍ୟ ପଟେ ଆମକୁ ମଧ୍ୟ ଭଗବାନଙ୍କ ଆଶୀର୍ବାଦ ଦରକାର, ଯାହା ଦ୍ୱାରା ଆମର ଉଦ୍ୟମ ଫଳପ୍ରଦ ହେବ। ସଠିକ ନୀତି, ପରିଶ୍ରମ ଏବଂ ଇଶ୍ବରଙ୍କ ଆଶୀର୍ବାଦ କେବଳ ଦେଶକୁ ଅଗ୍ରଗତି କରିବ। ଯଦି ଆମେ ଟଙ୍କାର ଗୋଟିଏ ପାର୍ଶ୍ୱରେ ଗଣେଶ ଓ ଲକ୍ଷ୍ମୀଙ୍କ ଫଟୋ ଛାପନ୍ତେ, ତା’ହେଲେ ସମଗ୍ର ଦେଶ ସେମାନଙ୍କ ଆଶୀର୍ବାଦ ପାଆନ୍ତା। ଲକ୍ଷ୍ମୀ ସମୃଦ୍ଧିର ଦେବୀ ହୋଇଥିବା ବେଳେ ପ୍ରଭୁ ଗଣେଶ ବିଘ୍ନ ନାଶ କରନ୍ତି। ଇଣ୍ଡୋନେସିଆର ଉଦାହରଣ ଦେଇ ଭାରତରେ ସେ ପ୍ରକାରର ପଦକ୍ଷେପ ଗ୍ରହଣ କରିବା ନିମନ୍ତେ କେଜ୍‌ରିୱାଲ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଜରିଆରେ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri