Posted inଜାତୀୟ

ମହିଳାଙ୍କୁ ଗେହଲୋଟଙ୍କ ଉପହାର

ଜୟପୁର,୨୨।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ମହିଳାମାନଙ୍କୁ ଏକ ବିଶେଷ ଉପହାର ଦେଇଛନ୍ତି। ଏବେ ରାଜସ୍ଥାନ ରୋଡଓ୍ବେଜର ସମସ୍ତ ଶ୍ରେଣୀର ବସରେ ମହିଳା ଯାତ୍ରୀ ଅଧା ଦାମରେ ଯାତ୍ରା କରିବେ। ରାଜ୍ୟ ସରକାର ସେମାନଙ୍କୁ ରୋଡଓ୍ବେଜର ସମସ୍ତ ବସରେ ଭଡା ୫୦ ପ୍ରତିଶତ କମ କରିବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ପ୍ରବକ୍ତା ଗୁରୁବାର ଏହି ସୂଚନା ଦେଇଛନ୍ତି।

ପ୍ରବକ୍ତା କହିଛନ୍ତି, ରାଜ୍ୟ ସରକାର ବସରେ ଯାତ୍ରା କରୁଥିବା ମହିଳାଙ୍କ ପାଇଁ ରିହାତି ସୀମା ବୃଦ୍ଧି କରିଛନ୍ତି। ବର୍ତ୍ତମାନ ରାଜ୍ୟ ସୀମା ମଧ୍ୟରେ ରାଜସ୍ଥାନ ରାଜ୍ୟ ସଡ଼କ ପରିବହନ ନିଗମ ବସର ସମସ୍ତ ବର୍ଗରେ ମହିଳା ଓ ବାଳିକାଙ୍କୁ ୫୦ ପ୍ରତିଶତ ରିହାତି ଦିଆଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଅନୁମୋଦନ କରିଛନ୍ତି।
ଏହି ପ୍ରସ୍ତାବ ଅନୁଯାୟୀ, ରାଜସ୍ଥାନ ରାଜ୍ୟ ସଡକ ପରିବହନ ନିଗମ ବସର ସମସ୍ତ ଶ୍ରେଣୀରେ ଯାତ୍ରା କରିବା ପାଇଁ ମହିଳା ଓ ବାଳିକାଙ୍କୁ ଅଧା ଭଡା ଆଦାୟ କରାଯିବ। ବର୍ତ୍ତମାନ ସାଧାରଣ ଶ୍ରେଣୀ ବସରେ ଯାତ୍ରା କରିବା ପାଇଁ ମହିଳା ଓ ବାଳିକାମାନଙ୍କୁ ୫୦ପ୍ରତିଶତ ରିହାତି ଦିଆଯାଉଥିଲା।

ସୂଚନାଯୋଗ୍ୟ ଯେ ୨୦୨୩-୨୪ ବଜେଟରେ ସାଧାରଣ ସଡ଼କପଥ ବସରେ ଯାତ୍ରା କରିବା ପାଇଁ ମହିଳାମାନଙ୍କୁ ଦିଆଯାଉଥିବା ରିହାତିକୁ ୩୦ରୁ ୫୦ ପ୍ରତିଶତକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହି ଘୋଷଣା ଏପ୍ରିଲ ୧, ୨୦୨୩ରୁ କାର୍ଯ୍ୟକାରୀ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri