Posted inଜାତୀୟ

ଗୋବରରେ ପ୍ରସ୍ତୁତ ଆଟାଚ୍‌ ଭିତରେ ବଜେଟ୍‌

ରାୟପୁର,୯।୩: ଛତିଶଗଡର ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି। ଗାଈକୁ ଗୁରୁତ୍ୱ ଦେବା ସହ ସେ ଏକ ନିଆରା ପଦକ୍ଷେପ ନେଇ ଗୋବରରେ ତିଆରି ଏକ ବ୍ୟାଗରେ ବଜେଟ ଡକ୍ୟୁମେଣ୍ଟ ଆଣିଥିଲେ। ବଜେଟରେ, ସରକାରୀ କର୍ମଚାରୀଙ୍କ ପାଇଁ ପୁରୁଣା ପେନସନ ଯୋଜନାର ପୁନରୁଦ୍ଧାର ସହିତ ମୁଖ୍ୟମନ୍ତ୍ରୀ ଅନେକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ବଜେଟରେ ରାଜୀବ ଗାନ୍ଧୀ ଭୂମୀହୀନ କୃଷି ଶ୍ରମିକ ନ୍ୟାୟ ଯୋଜନା ଅଧୀନରେ ବାର୍ଷିକ ସହାୟତାକୁ ୬୦୦୦ରୁ ୭୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି।
ବାଘେଲ କହିଛନ୍ତି, ସେ ଏହି ବଜେଟରେ ସରକାରୀ କର୍ମଚାରୀଙ୍କ ପାଇଁ ପୁରୁଣା ପେନସନ ଯୋଜନାର ପୁନରୁଦ୍ଧାର ପାଇଁ ଘୋଷଣା କରୁଛନ୍ତି। ୨୦୨୨-୨୩ ବର୍ଷର ବଜେଟରେ, ଜାନୁୟାରୀ ୧, ୨୦୦୪ରେ ଛତିଶଗଡରେ ନିଯୁକ୍ତ ସରକାରୀ କର୍ମଚାରୀଙ୍କ ପାଇଁ ନୂତନ ପେନସନ ସ୍କିମ (ଏନ୍‌ପିଏସ୍‌) ସ୍ଥାନରେ ପୁରୁଣା ପେନସନ ସ୍କିମ କାର୍ଯ୍ୟକାରୀ କରିବାକୁ ଘୋଷଣା କରାଯାଇଛି। ଏହାପୂର୍ବରୁ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଫେବୃୟାରୀ ୨୩ରେ ଚତୁର୍ଥ ବଜେଟ ଉପସ୍ଥାପନ କରୁଥିବାବେଳେ ପୁରୁଣା ପେନସନ ସ୍କିମ (ଓପିଏସ) କାର୍ଯ୍ୟକାରୀ କରିବାକୁ ଘୋଷଣା କରିଥିଲେ।
ଦକ୍ଷତା ବିକାଶ କାର୍ଯ୍ୟକ୍ରମ ସହିତ ସମନ୍ବୟ ରକ୍ଷା କରି ରୋଜଗାରର ସମ୍ଭାବନା ଉପରେ କାର୍ଯ୍ୟ କରିବାକୁ ଛତିଶଗଡ ନିଯୁକ୍ତି ମିଶନକୁ ଦୁଇ କୋଟି ଟଙ୍କା ପ୍ରସ୍ତାବ ଦିଆଯାଇଛି। ଯେଉଁ ବ୍ୟାଗରେ ମୁଖ୍ୟମନ୍ତ୍ରୀ ବଜେଟ ଡକ୍ୟୁମେଣ୍ଟ ସହିତ ବିଧାନସଭାରେ ପହଞ୍ଚିଥିଲେ ତାହା ଗୋବରରେ ତିଆରି। ଏହା ଉପରେ ‘ଗୋମୟ ବସତେ ଲକ୍ଷ୍ମୀ’ ଲେଖା ଅଛି। ରାଜ୍ୟରେ ଗାଈ ପ୍ରୋତ୍ସାହନ ପାଇଁ ବିଭିନ୍ନ ଯୋଜନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?