Posted inଜାତୀୟ

ଦିଲ୍ଲୀ ଯିବେ ବୋମାଇ: ୨୦୨୩ ବିଧାନସଭା ନିର୍ବାଚନ ନେଇ କରିବେ ଆଲୋଚନା

ବେଙ୍ଗାଲୁରୁ,୨୬।୧୨: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଭାଜପା ରାଜ୍ୟ ତଥା କେନ୍ଦ୍ରୀୟ ସ୍ତରରେ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଏହି ସମୟରେ କର୍ନାଟକ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ସୋମବାର ଦିଲ୍ଲୀ ଗସ୍ତରେ ଆସି ଭାଜପା ଜାତୀୟ ନେତୃତ୍ୱ ସହ ୨୦୨୩ ବିଧାନସଭା ନିର୍ବାଚନ ପ୍ରସ୍ତୁତି ବିଷୟରେ ଆଲୋଚନା କରିବେ ବୋଲି ଜଣାପଡିଛି। ମୁଖ୍ୟମନ୍ତ୍ରୀ ବୋମାଇ କହିଛନ୍ତି, ମୁଁ ଆଜି ଅପରାହ୍ନରେ ଦିଲ୍ଲୀ ଯାଉଛି, ଗତଥର ଯେତେବେଳେ ମୁଁ ଦିଲ୍ଲୀ ଯାଇଥିଲି କିଛି ଆଲୋଚନା ଅସମ୍ପୂର୍ଣ୍ଣ ରହିଥିଲା। ଯାହାକୁ ନେଇ ଆଜି ଏକ ବୈଠକ ସ୍ଥିର ହୋଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ବୈଠକ ଡାକିଛନ୍ତି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ବରିଷ୍ଠ ନେତା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ନିର୍ବାଚନ ପ୍ରସ୍ତୁତି ଠାରୁ ଆରମ୍ଭ କରି କ୍ୟାବିନେଟ ବିସ୍ତାର ଭଳି ଅନେକ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। ଏଥିସହ ରାଜ୍ୟ ସହ ଜଡିତ ପ୍ରକଳ୍ପ ସମ୍ପର୍କରେ କେନ୍ଦ୍ର ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri