Posted inଜାତୀୟ

କୋରବାରେ ହେବ ରାଜ୍ୟର ସବୁଠାରୁ ବଡ ସୁପର କ୍ରିଟିକାଲ ଥର୍ମାଲ ପାଓ୍ବାର ଷ୍ଟେଶନ, ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ରାୟପୁର,୩୦।୭: ଛତିଶଗଡ଼ର ଉର୍ଜାଧାନୀ ନାମରେ ପ୍ରସିଦ୍ଧ କୋରବା ଜିଲାରେ ରାଜ୍ୟର ସବୁଠାରୁ ବଡ କ୍ରିଟିକାଲ ଥର୍ମାଲ ପାଓ୍ବାର ଷ୍ଟେଶନ ବା ତାବଜ ବିଦ୍ୟୁତ କେନ୍ଦ୍ର ଓ ଆଧୁନିକ କାରଖାନା ପ୍ରତିଷ୍ଠା କରାଯିବ। ଜୁଲାଇ ୨୯ରେ, ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ୧୩୨୦ ମେଗାୱାଟ ସୁପର କ୍ରିଟିକାଲ ପାୱାର ଷ୍ଟେଶନର ଶିଳାନ୍ୟାସ କରିଛନ୍ତି। ଏହି ପ୍ଲାଣ୍ଟରେ ୬୬୦-୬୬୦ ମେଗାୱାଟର ଦୁଇଟି ନୂତନ ୟୁନିଟ ସ୍ଥାପନ କରାଯିବ। ସରକାର ଦାବି କରିଛନ୍ତି ଯେ ଏହା ସହିତ ରାଜ୍ୟ ଶକ୍ତି ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇପାରିବ।
ସୂଚନାଯୋଗ୍ୟ, ରାଜ୍ୟ ପ୍ରତିଷ୍ଠା ସମୟରେ (ବର୍ଷ୨୦୦୦), ଏଠାରେ ବିଦ୍ୟୁତ ଉତ୍ପାଦନ କ୍ଷମତା ୧୩୬୦ମେଗାୱାଟ ଥିଲା, କିନ୍ତୁ ବର୍ତ୍ତମାନ ଛତିଶଗଡ ରାଜ୍ୟ ଶକ୍ତି ଉତ୍ପାଦନ କମ୍ପାନୀର ମୋଟ ଉତ୍ପାଦନ କ୍ଷମତା ୨୯୭୮.୭ ମେଗାୱାଟ ରହିଛି। ଏହା ସହିତ ବର୍ତ୍ତମାନ ସୁଦ୍ଧା ରାଜ୍ୟ ଶୂନ ବଦ୍ୟୁତ କାଟ ରାଜ୍ୟରେ ପରିଣତ ହୋଇଛି, କିନ୍ତୁ ଜନସଂଖ୍ୟା ବୃଦ୍ଧି ସହିତ ରାଜ୍ୟରେ ବଦ୍ୟୁତ ଚାହିଦା ବଢୁଛି। ସେଥିପାଇଁ ରାଜ୍ୟ ସରକାର କୋରବାରେ ୬୬୦ ମେଗାୱାଟର ଦୁଇଟି ନୂତନ ୟୁନିଟ ପ୍ରତିଷ୍ଠା କରିବାକୁ ଯିବେ। ୨୫ ଅଗଷ୍ଟ ୨୦୨୨ରେ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ଏହି କାରଖାନା ସ୍ଥାପନ କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

୧୨ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା: ଶିକ୍ଷା କ୍ଷେତ୍ରରେ ନେତୃତ୍ୱର ଭୂମିକା…

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ବ୍ଲକର ୧୨ ଜଣ ନବନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସମ୍ବର୍ଦ୍ଧନା ଜଣାଯାଇଛି। ଗୋଷ୍ଠୀ ଉନ୍ନୟନ…

ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା ଉଦ୍ୟମ ଘଟଣା: ତଦନ୍ତ କଲା ସାଇଣ୍ଟିଫିକ୍‌ ଟିମ୍‌

କେନ୍ଦୁଝର,୧୦ା୭ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଜଣେ ୬ ବଷର୍ର ଶିଶୁକନ୍ୟାଙ୍କୁ ତାଙ୍କର ସମ୍ପର୍କୀୟ ମାମୁ ବଳାତ୍କାର କରି ହତ୍ୟା…

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ: ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାରିପଦା, ୧୦।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡସାହି ବ୍ଲକ କାର୍ଯ୍ୟାଳୟର ଜଣେ କନିଷ୍ଠ ଯନ୍ତ୍ରୀ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri