SCB ଅଗ୍ନିକାଣ୍ଡ: ପ୍ରଧାନମନ୍ତ୍ରୀଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ନେଇ ଅବଗତ….

ଭୁବନେଶ୍ବର,୧୬।୩(ସୁନିତ୍‌ ମିଶ୍ର):  କଟକ ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ  ୧୦ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଟେଲିଫୋନ ଯୋଗେ କଥାହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । SCB ମେଡିକାଲ ସମ୍ପର୍କରେ ସେ ବିସୃତ ଆଲୋଚନା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଏକ୍ସରେ ସୂଚନା ଦେଇ କହିଛନ୍ତି ଯେ, “ସମସ୍ତ ପ୍ରଭାବିତଙ୍କ ପାଇଁ ଗ୍ରହଣ କରାଯାଇଥିବା ଜରୁରୀକାଳୀନ ପଦକ୍ଷେପ, ସ୍ଥାନାନ୍ତର ପ୍ରକ୍ରିୟା ଏବଂ ସେମାନଙ୍କୁ ଯୋଗାଇ ଦିଆଯାଉଥିବା ସ୍ୱତନ୍ତ୍ର ଚିକିତ୍ସା ସେବା ସମ୍ପର୍କରେ ମୁଁ ତାଙ୍କୁ ଅବଗତ କରାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ଉଚ୍ଚସ୍ତରୀୟ ବିଚାର ବିଭାଗୀୟ ତଦନ୍ତ ସମ୍ପର୍କରେ ମଧ୍ୟ ସୂଚନା ପ୍ରଦାନ କରିଛି ।”

ଆଜି ସକାଳୁ ମୁଁ ନିଜେ ଏସସିବି ଗସ୍ତ କରି ସ୍ଥିତିର ସମୀକ୍ଷା କରିବା ସହ ପ୍ରଭାବିତଙ୍କୁ ସମସ୍ତ ପ୍ରକାରର ସରକାରୀ ସହାୟତା ପ୍ରଦାନ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛି। ସମସ୍ତ ସମ୍ପୃକ୍ତ ବିଭାଗ ଓ ଟିମ୍ ପୂର୍ଣ୍ଣ ସମନ୍ୱୟର ସହ ନିରନ୍ତର କାର୍ଯ୍ୟ କରୁଛନ୍ତି। ଏହି ସମ୍ବେଦନଶୀଳ ସମୟରେ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ସହାନୁଭୂତିପୂର୍ଣ୍ଣ ଉଦ୍‌ବେଗ ଏବଂ ଆବଶ୍ୟକୀୟ ସହାୟତାର ପ୍ରତିଶ୍ରୁତି ପାଇଁ ମୁଁ ତାଙ୍କ ନିକଟରେ କୃତଜ୍ଞ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ…

ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ

ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ବାଂଲାଦେଶର ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଢାକା,୧୦ା୫: ସ୍ଥାନୀୟ ଶେର-ଇ-ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ବର୍ତ୍ତମାନ ବାଂଲାଦେଶ ନିୟନ୍ତ୍ରଣରେ ରହିଛି। ଅଫ୍‌-ସ୍ପିନର ମେହିଦି ହସନ (୫/୧୦୨)ଙ୍କ ୫…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ଚେନ୍ନାଇ ସୁପର କିଙ୍ଗ୍ସର ବଡ଼ ବିଜୟ

ଚେନ୍ନାଇ,୧୦ା୫: ଉର୍ଭିଲ ପଟେଲଙ୍କ ଯୁଗ୍ମ ଦ୍ରୁତତମ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୫ ଉଇକେଟରେ ଲକ୍ଷ୍ନୌ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri