ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ: କହିଲେ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର.୧୫।୪: ବଲାଙ୍ଗିର ଜିଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି।

ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି,ଏ ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଏ ଘଟଣାରେ ଜଣେ ବ୍ୟକ୍ତି ଗିରଫ ମଧ୍ୟ ହୋଇ ସାରିଛନ୍ତି। ଯଦି ଏହି ଘଟଣା ପଛରେ କିଛି ଷଡଯନ୍ତ୍ର ଥାଏ, ତେବେ ଏହାର ମଧ୍ୟ ପର୍ଦ୍ଦାଫାସ କରିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟର ସମସ୍ତ ବରପୁତ୍ରଙ୍କୁ ରାଜ୍ୟ ସରକାର ସମ୍ମାନ ଦେବା ପାଇଁ ସମସ୍ତ ପଦକ୍ଷେପ ନେଇ ଆସୁଛନ୍ତି । ବିଜୁବାବୁଙ୍କ ପ୍ରତି ତାଙ୍କର ବ୍ୟକ୍ତିଗତ ଭାବେ ଗଭୀର ସମ୍ମାନ ରହି ଆସିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ନିକଟରେ ମାର୍ଚ୍ଚ ୫ରେ ବିଜୁବାବୁଙ୍କ ଜୟନ୍ତୀକୁ ରାଜ୍ୟ ସ୍ତରରେ ବିପୁଳ ଉତ୍ସାହର ସହ ପାଳନ କରାଯାଇଥିଲା । ସେଥିରେ ସେ ନିଜେ ଯୋଗଦେଇ ବିଜୁବାବୁଙ୍କ ସ୍ମୃତିଚାରଣ କରିଥିଲେ । ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ମଧ୍ୟ ଏପ୍ରିଲ ୧୭ରେ ପାଳନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri