ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଲଘୁ ଖଣିଜରୁ ସଂଗୃହୀତ ପାଣ୍ଠି ସେହି ଜିଲାରେ ଖର୍ଚ୍ଚ କରାଯିବ

ଭୁବନେଶ୍ୱର,୨।୧୨: ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଆଲୋଚନାରୁ ଜଣାପଡିଛିଯେ, ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ ଜିଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି ଟଙ୍କା ଆଦାୟ ହୋଇଛି ଏବଂ ପ୍ରାୟ ୫୫ ପ୍ରତିଶତ ଟଙ୍କା ଖର୍ଚ୍ଚ ହୋଇଛି। ଏହି ଖର୍ଚ୍ଚକୁ ବୃଦ୍ଧି କରି ଲୋକଙ୍କୁ ମୌଳିକ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହା ସହିତ, ୧୦ ଟି ଜିଲ୍ଲାରେ ଡ଼ି.ଏମ.ଏଫ ପୁନଃ ଗଠନ ହେବା ପରେ ଟ୍ରଷ୍ଟ ବୋର୍ଡ ମିଟିଂ ହୋଇସାରିଛି ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ମୁଖ୍ୟମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ପ୍ରତ୍ୟେକ DMFର ଅଡିଟ୍ ରିପୋର୍ଟ ସହିତ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ ଏବଂ ଲଘୁ ଖଣିଜ ପଦାର୍ଥ (Minor Minerals) ରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲାର ଯେକୌଣସି ସ୍ଥାନରେ ବ୍ୟବହାର କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏହି ପାଣ୍ଠିକୁ ସେହି ସ୍ଥାନର ମୌଳିକ ଆବଶ୍ୟକତା ଯଥା – ଶିକ୍ଷା, ସ୍ୱାସ୍ଥ୍ୟ, ଜଳ ଯୋଗାଣ, ଗମନାଗମନ ଆଦି ବ୍ୟବସ୍ଥା ରେ ଖର୍ଚ୍ଚ କରିବା ପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଖଣି ଅଞ୍ଚଳର ନିକଟବର୍ତ୍ତୀ ସ୍ଥାନ ଗୁଡ଼ିକରେ ଲୋକଙ୍କୁ ସମ୍ପୂର୍ଣ୍ଣ ମୌଳିକ ସେବା (Saturation Mode) ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରୁ ଜଣାଯାଇଛି ଯେ, DMF ଟ୍ରଷ୍ଟବୋର୍ଡ ବୈଠକ ଡକାଯାଇ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରାଯିବ। DMF ଦ୍ୱାରା ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ପ୍ରଭାବିତ ଗ୍ରାମଗୁଡ଼ିକୁ ଚିହ୍ନଟ କରାଯିବ। ଖଣି ଅଂଚଳର ପାର୍ଶ୍ୱବର୍ତ୍ତୀ ଜାଗା ଗୁଡିକରେ ଥିବା ଜନବସତି ଗୁଡିକରେ ହେଉଥିବା ପ୍ରଦୂଷଣକୁ ରୋକିବା ପାଇଁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ।

ଯେଉଁ ଜିଲା ଗୁଡ଼ିକରେ ବାର୍ଷିକ DMF ପାଣ୍ଠି 10 କୋଟି ଟଙ୍କା କିମ୍ବା ତା’ଠାରୁ ଅଧିକ ସଂଗ୍ରହ ହେଉଛି, ସେମାନେ ଏକ ଏଣ୍ଡାଓମେଣ୍ଟ ପାଣ୍ଠି (Endowment Fund) ଗଠନ କରିବେ। ଏହି ଏଣ୍ଡାଓମେଣ୍ଟ ପାଣ୍ଠିକୁ ସରକାରୀ ସିକ୍ୟୁରିଟି କିମ୍ବା ଅନୁସୂଚିତ ବ୍ୟାଙ୍କଗୁଡ଼ିକର ବଣ୍ଡ ଏବଂ ଏଫଡିରେ ବିନିଯୋଗ କରାଯିବ । ଖଣିଜ ପଦାର୍ଥ ଶେଷ ହେବା ପରେ କିମ୍ୱା କୌଣସି କାରଣରୁ ଖଣି କାର୍ଯ୍ୟକଳାପ ବନ୍ଦ ହୋଇଯାଇଥିବା ଅଞ୍ଚଳରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ଜୀବିକା ସୃଷ୍ଟି ପାଇଁ ଏହି ପାଣ୍ଠି ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri