ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଲଘୁ ଖଣିଜରୁ ସଂଗୃହୀତ ପାଣ୍ଠି ସେହି ଜିଲାରେ ଖର୍ଚ୍ଚ କରାଯିବ

ଭୁବନେଶ୍ୱର,୨।୧୨: ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଆଲୋଚନାରୁ ଜଣାପଡିଛିଯେ, ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ ଜିଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି ଟଙ୍କା ଆଦାୟ ହୋଇଛି ଏବଂ ପ୍ରାୟ ୫୫ ପ୍ରତିଶତ ଟଙ୍କା ଖର୍ଚ୍ଚ ହୋଇଛି। ଏହି ଖର୍ଚ୍ଚକୁ ବୃଦ୍ଧି କରି ଲୋକଙ୍କୁ ମୌଳିକ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଏହା ସହିତ, ୧୦ ଟି ଜିଲ୍ଲାରେ ଡ଼ି.ଏମ.ଏଫ ପୁନଃ ଗଠନ ହେବା ପରେ ଟ୍ରଷ୍ଟ ବୋର୍ଡ ମିଟିଂ ହୋଇସାରିଛି ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ମୁଖ୍ୟମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ପ୍ରତ୍ୟେକ DMFର ଅଡିଟ୍ ରିପୋର୍ଟ ସହିତ ବାର୍ଷିକ ରିପୋର୍ଟ ଦାଖଲ କରିବାକୁ ଏବଂ ଲଘୁ ଖଣିଜ ପଦାର୍ଥ (Minor Minerals) ରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲାର ଯେକୌଣସି ସ୍ଥାନରେ ବ୍ୟବହାର କରାଯିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି । ଏହି ପାଣ୍ଠିକୁ ସେହି ସ୍ଥାନର ମୌଳିକ ଆବଶ୍ୟକତା ଯଥା – ଶିକ୍ଷା, ସ୍ୱାସ୍ଥ୍ୟ, ଜଳ ଯୋଗାଣ, ଗମନାଗମନ ଆଦି ବ୍ୟବସ୍ଥା ରେ ଖର୍ଚ୍ଚ କରିବା ପାଇଁ ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଖଣି ଅଞ୍ଚଳର ନିକଟବର୍ତ୍ତୀ ସ୍ଥାନ ଗୁଡ଼ିକରେ ଲୋକଙ୍କୁ ସମ୍ପୂର୍ଣ୍ଣ ମୌଳିକ ସେବା (Saturation Mode) ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରୁ ଜଣାଯାଇଛି ଯେ, DMF ଟ୍ରଷ୍ଟବୋର୍ଡ ବୈଠକ ଡକାଯାଇ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ୱିତ କରାଯିବ। DMF ଦ୍ୱାରା ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ପ୍ରଭାବିତ ଗ୍ରାମଗୁଡ଼ିକୁ ଚିହ୍ନଟ କରାଯିବ। ଖଣି ଅଂଚଳର ପାର୍ଶ୍ୱବର୍ତ୍ତୀ ଜାଗା ଗୁଡିକରେ ଥିବା ଜନବସତି ଗୁଡିକରେ ହେଉଥିବା ପ୍ରଦୂଷଣକୁ ରୋକିବା ପାଇଁ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବୈଠକରେ ନିର୍ଦ୍ଦେଶ ଦେଇଥିଲେ।

ଯେଉଁ ଜିଲା ଗୁଡ଼ିକରେ ବାର୍ଷିକ DMF ପାଣ୍ଠି 10 କୋଟି ଟଙ୍କା କିମ୍ବା ତା’ଠାରୁ ଅଧିକ ସଂଗ୍ରହ ହେଉଛି, ସେମାନେ ଏକ ଏଣ୍ଡାଓମେଣ୍ଟ ପାଣ୍ଠି (Endowment Fund) ଗଠନ କରିବେ। ଏହି ଏଣ୍ଡାଓମେଣ୍ଟ ପାଣ୍ଠିକୁ ସରକାରୀ ସିକ୍ୟୁରିଟି କିମ୍ବା ଅନୁସୂଚିତ ବ୍ୟାଙ୍କଗୁଡ଼ିକର ବଣ୍ଡ ଏବଂ ଏଫଡିରେ ବିନିଯୋଗ କରାଯିବ । ଖଣିଜ ପଦାର୍ଥ ଶେଷ ହେବା ପରେ କିମ୍ୱା କୌଣସି କାରଣରୁ ଖଣି କାର୍ଯ୍ୟକଳାପ ବନ୍ଦ ହୋଇଯାଇଥିବା ଅଞ୍ଚଳରେ ଭବିଷ୍ୟତ ପିଢ଼ିଙ୍କ ପାଇଁ ଜୀବିକା ସୃଷ୍ଟି ପାଇଁ ଏହି ପାଣ୍ଠି ବ୍ୟବହାର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri