ଷୋଡଶ ଅର୍ଥ କମିଶନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା, ଆଗାମୀ ପାଞ୍ଚ ବର୍ଷ ପାଇଁ କଲେ ଏତିକି କୋଟି ଦାବି

ଭୁବନେଶ୍ୱର,୬।୧: ୨୦୨୬-୩୧ ବର୍ଷ ପାଇଁ ରାଜ୍ୟ ସରକାର ଓଡିଶା ପାଇଁ ୧୨,୫୯,୧୪୮ କୋଟି ଟଙ୍କାର ଦାବି ଉପସ୍ଥାପନ କରିଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୬ଶ ଅର୍ଥ କମିଶନଙ୍କ ସହିତ ଆଲୋଚନା ପରେ ଗଣମାଧ୍ୟମ ଆଗରେ ବିବୃତ୍ତିରଖି ଏହା କହିଛନ୍ତି।
ରାଜ୍ୟ ସରକାରଙ୍କ ଦାବିର ସାରାଂଶ ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ,  ହସ୍ତାନ୍ତର ପୂର୍ବରୁ ରାଜସ୍ୱ ନିଅଣ୍ଟ (Pre Devolution Revenue Deficit) ଭରଣା ପାଇଁ ୯,୮୮,୪୨୨ କୋଟି ଟଙ୍କା,  ରାଜ୍ୟର ନିର୍ଦ୍ଦିଷ୍ଟ ଆବଶ୍ୟକତା (ଝଗ୍ଧବଗ୍ଧର ଝକ୍ଟ୍ରରମସଲସମ ଘରରୟଗ୍ଦ) ପୂରଣ ପାଇଁ ୧,୧୦,୪୩୪ କୋଟି ଟଙ୍କା, ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଲୋକାଲ ବଡି ମାନଙ୍କ ପାଇଁ ଅନୁଦାନ ବାବଦରେ ୧, ୦୦,୦୩୬ କୋଟି ଟଙ୍କା, ରାଜ୍ୟ ବିପର୍ୟ୍ୟୟ ପରିଚାଳନା ପାଣ୍ଠି ପାଇଁ ୩୧,୦୦୪ କୋଟି ଟଙ୍କା ଏବଂ ରାଜ୍ୟ ବିପର୍ୟ୍ୟୟ ପ୍ରଶମନ ପାଣ୍ଠି ପାଇଁ ୨୯,୨୫୨ କୋଟି ଟଙ୍କା ଦାବି ରଖା ଯାଇଛି।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କମିଶନଙ୍କ ସହିତ ରାଜ୍ୟର ବିଭିନ୍ନ ଆର୍ଥିକ ଦିଗ ଉପରେ ଆମେ ଗଠନମୂଳକ ଆଲୋଚନା କରିଛୁ। ରାଜ୍ୟର ବିକାଶମୂଳକ ଆବଶ୍ୟକତା, ଆର୍ଥିକ କ୍ଷମତା ଏବଂ ପ୍ରସ୍ତାବିତ ଆର୍ଥିକ ହସ୍ତାନ୍ତର ବ୍ୟବସ୍ଥାକୁ ଭିତ୍ତିକରି କମିଶନଙ୍କ ସମ୍ମୁଖରେ ଦାବି ଉପସ୍ଥାପନ କରାଯାଇଛି। ଆମେ ରାଜ୍ୟର ସମସ୍ତ ଆର୍ଥିକ ଦିଗ ଏବଂ ଆବଶ୍ୟକତାକୁ ଭିତ୍ତି କରି ଏକ ସ୍ମାରକପତ୍ର ଆକାରରେ କମିଶନଙ୍କ ସମ୍ମୁଖରେ ଲିଖିତ ଉପସ୍ଥାପନା ମଧ୍ୟ କରିଛୁ ବୋଲି ସେ କହିଥିଲେ। କମିଶନ ଆମର ଉପସ୍ଥାପନକୁ ଅନୁକୂଳ ଭାବରେ ବିଚାର କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।
କମିଶନଙ୍କ ନିକଟରେ ରାଜ୍ୟର ପ୍ରମୁଖ ଦାବି ଗୁଡିକର ଆଧାର ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ,-

ବର୍ତ୍ତମାନ, କେନ୍ଦ୍ର ସରକାରଙ୍କ ଟିକସ ଆୟର ୪୧% ରାଜ୍ୟ ମାନଙ୍କୁ ବଣ୍ଟନ କରାଯାଉଛି । ଏହା ୪୧% ରୁ ୫୦%କୁ ବୃଦ୍ଧି କରିବା ପାଇଁ ଆମେ ଦାବି କରିଛୁ ।

କେନ୍ଦ୍ର ସରକାରଙ୍କ ଟିକସ ଆୟର ଯେଉଁ ଅଂଶ ରାଜ୍ୟ ମାନଙ୍କୁ ବଣ୍ଟନ କରାଯାଏ, ତାହା ରାଜ୍ୟମାନଙ୍କ ମଧ୍ୟରେ ଏକ ନିର୍ଦ୍ଧାରିତ ସୂତ୍ର ଆଧାରରେ ବଣ୍ଟାଯାଏ, ଯେଉଁଥିରୁ ଓଡ଼ିଶା ୪.୫୨୮% ଭାଗ ପାଇଥାଏ। ଓଡିଶାର ଭାଗକୁ  ୪.୯୬୪ %କୁ ବୃଦ୍ଧି କରିବା ପାଇଁ ଆମେ ଦାବି ରଖିଛୁ।

୧୬ଶ ଅର୍ଥ କମିଶନ, ୨୦୨୬-୩୧ ଅବଧି ପାଇଁ, କେନ୍ଦ୍ର ଦ୍ଵାରା ଆକଳନ କରାଯାଇଥିବା ମୋଟ୍ ରାଜସ୍ୱ ପ୍ରାପ୍ତି ବା Gross Revenue Receipt ର ୨ ପ୍ରତିଶତ ଗ୍ରାମୀଣ ଏବଂ ସହରାଞ୍ଚଳ ସ୍ଥାନୀୟ ନିକାୟ ସଂସ୍ଥା ପାଇଁ (Rural and Urban Local Bodies) ଅନୁଦାନ ଦେବା ପାଇଁ ପ୍ରସ୍ତାବ ଦିଆଯାଇଛି । ଏହାଦ୍ୱାରା ଓଡ଼ିଶା ଗ୍ରାମୀଣ ଓ ସହରୀ ସ୍ଥାନୀୟ ନିକାୟ ସଂସ୍ଥାମାନେ କେନ୍ଦ୍ର ସରକାର ଠାରୁ ଅଧିକ ଆର୍ଥିକ ଅନୁଦାନ ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (SDRF) ପାଇଁ ଦିଆଯାଉଥିବା ବାର୍ଷିକ ଅନୁଦାନର ୭୫% କେନ୍ଦ୍ର ସରକାର ବହନ କରେ ଓ ଅବଶିଷ୍ଟ ୨୫% ରାଜ୍ୟ ସରକାର ବହନ କରିଥାଏ । ଏହାକୁ  କେନ୍ଦ୍ର ସରକାର ୧୦୦% ବହନ କରୁ ବୋଲି ଆମେ ଦାବୀ କରିଛୁ ବୋଲି ସେ କହିଥିଲେ ।
ବ୍ୟତୀତ ସ୍ୱାସ୍ଥ୍ୟ, ଜଳ ଯୋଗାଣ ଓ ପରିମଳ ଏବଂ ବାର୍ଦ୍ଧକ୍ୟ ସୁରକ୍ଷା ଇତ୍ୟାଦି ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟ ନିମନ୍ତେ ଅନୁଦାନ ସୁପାରିଶ ପାଇଁ କମିଶନଙ୍କୁ ପ୍ରସ୍ତାବ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।
ସୂଚନାଯୋଗ୍ୟ ଯେ, ଡ. ଅରବିନ୍ଦ ପାନାଗରିଆଙ୍କ ଅଧ୍ୟକ୍ଷତାରେ ୧୬ଶ ଅର୍ଥ କମିଶନ ଫେବୃଆରୀ ୪ ତାରିଖରୁ ୭ ତାରିଖ ପର୍ଯ୍ୟନ୍ତ ଓଡିଶା ଗସ୍ତରେ ଆସିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ମାଝୀ ସ୍ଥାନୀୟ ହୋଟେଲ୍‍ ଠାରେ ଅର୍ଥ କମିଶନ ଅଧ୍ୟକ୍ଷ ଓ ଅନ୍ୟ ସଦସ୍ୟ ମାନଙ୍କ ସହିତ ଓଡିଶାର ଲକ୍ଷ୍ୟ, ଆବଶ୍ୟକତା ଓ ଅନ୍ୟାନ୍ୟ ବିଷୟ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜ୍ୟ ଅର୍ଥ ସଚିବ ଶାସ୍ୱତ ମିଶ୍ର ଓ ଅର୍ଥ ବିଭାଗର ଅଧିକାରୀ ଗଣଙ୍କ ସହିତ ଏବଂ ରାଜ୍ୟର ବିଭିନ୍ନ ବିଭାଗର ଶାସନ ମୁଖ୍ୟମାନେ ମଧ୍ୟ ଏହି ବୈଠକରେ ଯୋଗଦେଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?