‘ମମିତାଙ୍କ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦରଦ ନାହିଁ’

ଭୁବନେଶ୍ୱର, ୪।୧୨(ବ୍ୟୁରୋ): ବିଧାନସଭାରେ ମମିତା ମେହେର ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଛଳନାପୂର୍ଣ୍ଣ ଭିଡିଓ ବିବୃତି ଦେଇଛନ୍ତି। ମମିତାଙ୍କ ପରିବାରକୁ ନ୍ୟାୟ ନୁହେଁ ବରଂ ଦିବ୍ୟଶଙ୍କର ମିଶ୍ରଙ୍କୁ ବଞ୍ଚାଇବା ପାଇଁ ହୋଇଥିବା ଅପଚେଷ୍ଟା ରାଜ୍ୟବାସୀଙ୍କୁ ଗଭୀର ଆଘାତ ପହଞ୍ଚାଇଛି ବୋଲି ଖବରଦାତା ସମ୍ମିଳନୀ ଜରିଆରେ ଭାଜପା ପକ୍ଷରୁ କୁହାଯାଇଛି। ମମିତା ହତ୍ୟା ଘଟଣାରେ ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ଲଜ୍ଜାଜନକ ଓ ଅତ୍ୟନ୍ତ ନିନ୍ଦନୀୟ। ମୁଖ୍ୟମନ୍ତ୍ରୀଙ୍କ ଏହି ବିବୃତିକୁ ଭାଜପା ବିଧାୟକ ଦଳ ପକ୍ଷରୁ ପ୍ରତ୍ୟାଖ୍ୟାନ କରାଯାଉଛି ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି ଏବଂ ବିଧାୟକ ଜୟ ନାରାୟଣ ମିଶ୍ର କହିଛନ୍ତି।
ମୋହନ କହିଛନ୍ତି, ମମିତା ମେହେର ହତ୍ୟା ଅକ୍ଟୋବର ୮ ତାରିଖରେ ହୋଇଥିବା ବେଳେ ୨ ମାସ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ନୀରବତା ରାଜ୍ୟବାସୀଙ୍କୁ ଦୁଃଖିତ ଓ ବିଚଳିତ କରିଛି। ଆଜିର ବିଧାନସଭା ବିବୃତିରୁ ସ୍ପଷ୍ଟ ଜଣାପଡ଼ୁଛି ଯେ ମୁଖ୍ୟମନ୍ତ୍ରୀଙ୍କ ମମିତା ପ୍ରତି ଦରଦ ନାହିଁ। ମମିତା ମେହେର ବୀଭତ୍ସ ହତ୍ୟାକାଣ୍ଡକୁ ଅଘଟଣ କହି ମୁଖ୍ୟମନ୍ତ୍ରୀ ତାଙ୍କ ଦଳର କର୍ମୀ ଓ ମନ୍ତ୍ରୀଙ୍କ ଦ୍ୱାରା ସୁପରିକଳ୍ପିତ ଏହି ଘଟଣାକୁ ହାଲୁକା ଭାବେ ଦର୍ଶାଇବା ପାଇଁ ଅପଚେଷ୍ଟା କରିଛନ୍ତି। ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି, ବରଗଡ଼ ଓ ଝାରସୁଗୁଡ଼ା ଗସ୍ତ କରିଥିଲେ ମଧ୍ୟ ମମିତାଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ନ୍ୟାୟର ପ୍ରତିଶ୍ରୁତି ନ ଦେଇପାରିବା ପ୍ରମାଣିତ କରୁଛି ଯେ ତାଙ୍କର ଏଥିପ୍ରତି ଆନ୍ତରିକତା ନାହିଁ। ମମିତାଙ୍କ ପରିବାର ସେତେବେଳେ ଶାନ୍ତିରେ ରହିବେ ଯେତେବେଳେ ଅସଲି ଅପରାଧୀ ଓ ଷଡ଼ଯନ୍ତ୍ରକାରୀମାନେ ଦଣ୍ଡିତ ହେବେ। ଆମର ନ୍ୟାୟିକ ବ୍ୟବସ୍ଥା ଉପରେ ସମ୍ପୂର୍ଣ୍ଣ ବିଶ୍ୱାସ ଥିଲେ ମଧ୍ୟ ଯେଉଁଭଳି ପ୍ରଥମରୁ ପୋଲିସ ତଦନ୍ତକୁ ବାଟବଣା କରିଛି ଏବଂ ତଥ୍ୟପ୍ରମାଣ ନଷ୍ଟ କରିଛି। ଯାହାଙ୍କ ନାମରେ ଅଭିଯୋଗ ଆସିଛି ସେ ନିଜେ ତଦନ୍ତ ବିଭାଗର ମୁଖିଆ ହୋଇ ରହିଲେ ନିରପେକ୍ଷ ବିନା ଚାପରେ ତଦନ୍ତ ଅସମ୍ଭବ ଏହା ସମସ୍ତେ ଜାଣନ୍ତି। ଗୃହ ରାଷ୍ଟ୍ରମନ୍ତ୍ରୀ ବହିଷ୍କାରରୁ ତଦନ୍ତ ଆରମ୍ଭ ହେବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri