ସଲମାନଙ୍କୁ ଭେଟିବାକୁ ଗାଲାକ୍ସି ଆପାର୍ଟମେଣ୍ଟରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ

ବମ୍ବେ: ନିକଟରେ ବଲିଉଡ୍‌ର ଦବଙ୍ଗ ଖାନ୍‌ଙ୍କ ଘର ଉପରେ ୨ ଜଣ ଅଜ୍ଞାତ ବ୍ୟକ୍ତି ଗୁଳିମାଡ଼ କରିଥିଲେ। ଏହି ଘଟଣା ଅନେକଙ୍କୁ ଚକିତ କରିଥିଲା। ପୋଲିସ ଘଟଣା ସମ୍ପର୍କରେ ସୂଚନା ପାଇ ସିସିଟିଭି ଯାଞ୍ଚ କରିବା ସହ ଅଭିଯୁକ୍ତଙ୍କୁ ଗିରଫ ପାଇଁ ଲାଗି ପଡ଼ିଥିଲା। ଶେଷରେ ଅଭିଯୁକ୍ତଦ୍ୱୟଙ୍କୁ ଗିରଫ କରାଯାଇଛି। ସେମାନଙ୍କୁ ପଚରାଉଚରା କରାଯାଉଥିବା ବେଳେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଙ୍ଗଳବାର ବାନ୍ଦ୍ରା ସ୍ଥିତ ବାସଭାବନରେ ସଲମାନଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ସଲମାନଙ୍କ ବାପା ସଲିମ ଖାନ ଏବଂ ଅନ୍ୟ ପରିବାର ବର୍ଗଙ୍କ ସହ ଆଲୋଚନା କରିଛନ୍ତି।

ek nath shinde

ସଲମାନ ଓ ତାଙ୍କ ପରିବାରର ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ ବୋଲି ସେ କହିଛନ୍ତି। ମହାରାଷ୍ଟ୍ର ସରକାର ସଲମାନ ଓ ତାଙ୍କ ପରିବାର ସହ ରହିଛନ୍ତି ଏବଂ ସଲମାନଙ୍କ ସୁରକ୍ଷା ରାଜ୍ୟ ସରକାରଙ୍କ ଦାୟିତ୍ୱ ହୋଇଥିବା ଶିନ୍ଦେ କହିଛନ୍ତି। ଘଟଣାର ଷଡ଼ଯନ୍ତ୍ରକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସଲମାନଙ୍କ ପରିବାରକୁ ସେ ଆଶ୍ୱସନା ଦେଇଛନ୍ତି।

salman khan

ତେବେ ଶିନ୍ଦେଙ୍କ ଗାଡ଼ି ପୋଲିସ କର୍ଡନ ସହ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ ନଜର ଆସିଥିଲା। ଏହାର ଅନେକେ ଭିଡିଓ ଭାଇରାଲ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri