Posted inଜାତୀୟ

ଉଦ୍ଧବଙ୍କୁ ଝଟକା, ଲୋକ ସଭାରେ ଶିନ୍ଦେ ଗ୍ରୁପର ରାହୁଲ ଶେୱାଲେଙ୍କୁ ଶିବସେନା ନେତା ମାନ୍ୟତା ଦେଲେ ସ୍ପିକର

ନୂଆଦିଲ୍ଲୀ,୨୦ ।୭: ଲୋକ ସଭା ଅଧ୍ୟକ୍ଷ ଓମ ବିରଲା ଶିବସେନା ଶିନ୍ଦେ ଗ୍ରୁପର ସଂସଦର ନେତା ପରିବର୍ତ୍ତନ ଦାବିକୁ ସ୍ୱୀକାର କରି ନେଇଛନ୍ତି । ଏବେ ଗୃହରେ ଶିବସେନା ନେତା ହେବେ ରାହୁଲ ଶେୱାଲେ । ଏହାସହ ଭାବନା ଗବଲି ପୂର୍ବପରି ମୁଖ୍ୟ ସଚେତକ ଭାବେ କାର୍ଯ୍ୟ କରିବେ । ସ୍ପିକର ୧୨ ଜାନୁୟାରୀ ୧୯୮୮ରେ ଆଟର୍ଣ୍ଣି ଜେନେରାଲଙ୍କ ଦ୍ୱାରା ସୁପ୍ରିମକୋର୍ଟଙ୍କୁ ଦେଇଥିବା ବିଚାରର ଉଦାହରଣ ଦେଇ କହିଛନ୍ତି, ଯେଉଁଥିରେ କୁହାଯାଇଥିଲା କି କୌଣସି ପାର୍ଟିର ଲିଡର ସେହି ହେବେ ଯାହାଙ୍କ ନିକଟରେ ବହୁମତ ବା ସଂଖ୍ୟା ଗରିଷ୍ଠତା ଥିବ ।
ସ୍ପିକର ନିଜ ନିଷ୍ପତ୍ତି ସମ୍ପର୍କରେ ଗତ ବର୍ଷ ଜୁନରେ ଏଲଜେପି ଘଟଣାର ବି ଉଦାହରଣ ଦେଇଥିଲେ । ସେଥର ଦଳର ୬ ଜଣଙ୍କ ମଧ୍ୟରୁ ୫ ଜଣ ସଦସ୍ୟ ପଶୁପତି ପାରସଙ୍କୁ ନିଜ ନେତା ବାଛିଥିଲେ । ଏହାପୂର୍ବରୁ ମଙ୍ଗଳବାର ସନ୍ଧ୍ୟାରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଦାବି କରିଥିଲେ ଲୋକ ସଭାରେ ସ୍ପିକର ଓମ ବିରଲା ଶିବସେନା ନେତା ଭାବେ ରାହୁଲ ଶେୱାଲଙ୍କୁ ମାନ୍ୟତା ଦେଇଛନ୍ତି । ଶିନ୍ଦେ କହିଥିଲେ ଶିବସେନା ସଦସ୍ୟ ବାଲା ସାହେବ ଠାକରେଙ୍କ ଆଦର୍ଶକୁ ବଜାୟ ରଖିବାକୁ ଆମର ଚିନ୍ତାଧାରାକୁ ସମର୍ଥନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ନିମନ୍ତ୍ରଣ କଲେ ମେଲୋନି

ନୂଆଦିଲ୍ଲୀ, ୨୬ା୪:ଜୁନ୍‌ରେ ହେବାକୁ ଥିବା ଜି-୭ ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଇଟାଲୀ ପ୍ରଧାନମନ୍ତ୍ରୀ ଜିୟୋର୍ଜିଆ ମେଲୋନି ଟେଲିଫୋନ ଯୋଗେ ଗୁରୁବାର ନିମନ୍ତ୍ରଣ କରିଛନ୍ତି।...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୬ା୪: ଶୁକ୍ରବାର ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି। ଆଜି ସକାଳ ୭ଟାରୁ ୧୩ ଲୋକ ସଭା ଏବଂ ଗୋଟିଏ କେନ୍ଦ୍ର...

ସ୍ତ୍ରୀ ସମ୍ପତ୍ତି ଉପରେ ସ୍ବାମୀଙ୍କ ନିୟନ୍ତ୍ରଣ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୪:ସ୍ତ୍ରୀଙ୍କ ସମ୍ପତ୍ତି ଉପରେ ସ୍ବାମୀଙ୍କର ନିୟନ୍ତ୍ରଣ ନାହିଁ। ଅସୁବିଧା ସମୟରେ ସ୍ବାମୀ ସ୍ତ୍ରୀଙ୍କ ସମ୍ପତ୍ତିକୁ ବ୍ୟବହାର କରିପାରନ୍ତି। କିନ୍ତୁ ତାହାକୁ ଫେରାଇବା ସ୍ବାମୀଙ୍କର ନୈତିକ ଦାୟିତ୍ୱ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା କଂଗ୍ରେସ

ଚଣ୍ଡିଗଡ଼,୨୫।୪: ହରିୟାଣାର ୮ଟି ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। କୁମାରୀ ଶୈଳଜାଙ୍କୁ ସିରସା, ରୋହତକରୁ ଦିପେନ୍ଦ୍ର ସିଂ ହୁଡା, ଅମ୍ବାଲାରୁ...

କେଜରିଓ୍ବାଲ ଜେଲରୁ ନ ଆସିବା ପର୍ଯ୍ୟନ୍ତ ହେବ ନାହିଁ ମେୟର ନିର୍ବାଚନ? ଏଲଜି ଦେଲେ ଏହି ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୫।୪: ଅନୁମାନ କରାଯାଉଛି ଯେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଜେଲରୁ ବାହାରିବା ପର୍ଯ୍ୟନ୍ତ ଏମସିଡି ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ହୋଇ...

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri