ନବରଙ୍ଗପୁର ବସ୍‌ ଦୁର୍ଘଟଣା: ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୧୯।୨(ବ୍ୟୁରୋ): ନବରଙ୍ଗପୁର ସୋରିଷପଦର ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ନବରଙ୍ଗପୁର ଜିଲ୍ଲା ସୋରିଷପଦର ନିକଟରେ ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୋଲିସ ବସ୍‌ ଦୁର୍ଘଟଣାରେ ସଂଖ୍ୟାଧିକ ପୋଲିସ କର୍ମଚାରୀ ପ୍ରାଣ ହରାଇଥିବା ବିଷୟରେ ଜାଣି ମୁଁ ଦୁଃଖିତ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁଆରୋଗ୍ୟ କାମନା କରୁଛି ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି।