ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାବାସୀ…..

ଭୁବନେଶ୍ବର,୪।୬: ଜୁନ୍ ୪ ତାରିଖ ୨୦୨୪ ମସିହାରେ ଭାଜପା ବିଜେଡିକୁ ପରାଜୟର ସ୍ବାଦ ଚଖାଇଥିଲା । ଆଜକୁ ୨ ବର୍ଷ ପୂର୍ତ୍ତି ହୋଇଛି । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି । ଆଜି ଜୁନ୍ ୪ ତାରିଖ, ଓଡ଼ିଶାର ରାଜନୈତିକ ଇତିହାସରେ ଗୌରବମୟ ଦିବସ ବୋଲି କହିଛନ୍ତି।

ମୁଖ୍ୟମନ୍ତ୍ରୀ ଏକ୍ସରେ କହିଛନ୍ତି, “ଜୁନ୍ ୪, ୨୦୨୪ ରେ ପରିବର୍ତ୍ତନ, ସୁଶାସନ ଓ ବିକାଶ ପାଇଁ ଓଡ଼ିଶାବାସୀ ଦେଇଥିଲେ ଐତିହାସିକ ଜନାଦେଶ । ଗତ ଦୁଇ ବର୍ଷରେ ଜନତାଙ୍କ ଆଶା ଓ ବିଶ୍ୱାସକୁ ପାଥେୟ କରି ଡବଲ୍ ଇଞ୍ଜିନ ସରକାର ରାଜ୍ୟର ସର୍ବାଙ୍ଗୀନ ବିକାଶ ଦିଗରେ ନେଇଛନ୍ତି ଅନେକ ଐତିହାସିକ ପଦକ୍ଷେପ । ଲୋକଙ୍କ ବିଶ୍ୱାସ ହିଁ ଆମ ସରକାରଙ୍କ ଶକ୍ତି, ଜନସେବା ହିଁ ଆମର ସଂକଳ୍ପ । ଆପଣମାନଙ୍କ ସହଯୋଗରେ ବିକଶିତ ଓଡ଼ିଶା ଗଠନର ଏହି ଯାତ୍ରା ଆଗାମୀ ଦିନରେ ଆହୁରି ଦୃଢ଼ ହେବ ।”

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ସେହି ପବିତ୍ର ଜନମତ କେବଳ ଏକ ଶକ୍ତିଶାଳୀ ସରକାର ଗଠନ କରିନାହିଁ, ବରଂ ଦୀର୍ଘ ଦିନର ସ୍ଥାଣୁତାକୁ ଭାଙ୍ଗି ଏକ ସ୍ଵଚ୍ଛ, ସମୃଦ୍ଧ ଓ ପ୍ରଗତିଶୀଳ ଓଡ଼ିଶା ନିର୍ମାଣର ମୂଳଦୁଆ ସ୍ଥାପନ କରିଛି। ନରେନ୍ଦ୍ର ମୋଦିଙ୍କ ସେବା, ସୁଶାସନ ଓ ଗରିବ କଲ୍ୟାଣର ଆଦର୍ଶରେ ଅନୁପ୍ରାଣିତ ହୋଇ ଆମ ଡବଲ୍ ଇଞ୍ଜିନ ସରକାର ଗତ ଦୁଇ ବର୍ଷ ମଧ୍ୟରେ କେନ୍ଦ୍ର ଓ ରାଜ୍ୟର ସମନ୍ୱୟରେ ଓଡ଼ିଶାରେ ବିକାଶର ଏକ ନୂତନ ଯୁଗର ସୂତ୍ରପାତ କରିଛି। ଆମ ସରକାର ପ୍ରଶାସନିକ ସ୍ୱଚ୍ଛତା, ଦାୟିତ୍ୱବୋଧ ଏବଂ ଜନକଲ୍ୟାଣକୁ ସର୍ବୋଚ୍ଚ ଗୁରୁତ୍ୱ ଦେଇ ରାଜ୍ୟର ପ୍ରତ୍ୟେକ ଶ୍ରେଣୀର ନାଗରିକଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ସଂପୂର୍ଣ୍ଣ ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛି ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri