ମୋଦିଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ: ଦେଖିକି ଖୁସିରେ…

ଝାରସୁଗୁଡା, ୨୭।୯(ଆଶିଷ ରଞ୍ଜନ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିଛନ୍ତି। ଝାରସୁଗୁଡ଼ାସ୍ଥିତ ଅମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମା’ ସମଲେଇଙ୍କ ଫଟୋ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ସେପଟେ, ଆଇଟିଆଇ ଛାତ୍ରୀ ମୋଦିଙ୍କୁ ଫଟୋ ଦେଇଥିଲେ। ଏହା ଦେଖି ମୋଦି ଖୁସି ହେବା ସହିତ କିଛି ସମୟ କଥା ହୋଇଥିଲେ।

ସୂଚନାଯୋଗ୍ୟ, ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଆସି ୧୧ଟା୧୦ମିନିଟ୍‌ରେ ଝାରସୁଗଡାରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରିଥିଲେ। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେଥିଲେ।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri