ପ୍ରଭାସିନୀ,ଦେବୀଙ୍କୁ ହୋମ୍‌ଗାର୍ଡ ଚାକିରି ସହ ୧୦ଲକ୍ଷ ଲେଖାଏ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୫ (ସୁନିତ୍‌ ମିଶ୍ର): କଟକରେ କାର୍ଯ୍ୟରତ ୨ ପୋଲିସ କର୍ମଚାରୀ ଜଗବନ୍ଧୁ ମାହାଲି ଏବଂ ଲୋକନାଥ ଶବର ଗତ ୨୨ ତାରିଖରେ ପିସିଆର୍‌ ଭ୍ୟାନ୍‌ରେ ଯିବା ସମୟରେ ଦୁର୍ଘଟଣା ଘଟି ପ୍ରାଣ ହରାଇଥିଲେ। ଡ୍ୟୁଟିରେ ଥିବା ସମୟରେ ଉଭୟଙ୍କ ମୃତ୍ୟୁ ଘଟିଥିବାରୁ ସେମାନଙ୍କ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇଛନ୍ତି। ଜଗବନ୍ଧୁଙ୍କ ସ୍ତ୍ରୀ ପ୍ରଭାସିନୀ ବେହେରା ଓ ଲୋକନାଥଙ୍କ ସ୍ତ୍ରୀ ଦେବୀ ଶବରଙ୍କୁ ମୁଖ୍ୟମନ୍ତ୍ରୀ ବୁଧବାର ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ସେମାନଙ୍କ ଦୁଃଖ ସମୟରେ ସେମାନଙ୍କୁ ସହାୟତାର ହାତ ବଢ଼ାଇ ମୁଖ୍ୟମନ୍ତ୍ରୀ ନିଜର ସହୃଦୟତାର ପରିଚୟ ଦେଇଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଉଭୟେ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ହୋମ୍‌ଗାର୍ଡ ପଦବୀ ପାଇଁ ନିଯୁକ୍ତିପତ୍ର ସହ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ଭଲମନ୍ଦ ପଚାରିବା ସହ ଅଧର୍ଯ୍ୟ ନ ହେବାକୁ ପରାମର୍ଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାର ସେମାନଙ୍କ ସହ ଅଛନ୍ତି। ସେମାନଙ୍କର ଆଗାମୀ ଜୀବନ ଓ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ସର୍ବକୁଶଳ କାମନା କରିଥିଲେ। ସରକାରଙ୍କ ସହୃଦୟତା ପାଇଁ ସେମାନେ ଅଶ୍ରୁଳ ନୟନରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି। ପ୍ରଭାସିନୀଙ୍କ ସ୍ବାମୀ ଜଗବନ୍ଧୁ ମାହାଲି ହୋମ୍‌ଗାର୍ଡ ଭାବେ କାର୍ଯ୍ୟ କରୁଥିଲେ। ସେହିପରି ଦେବୀଙ୍କ ସ୍ବାମୀ ଲୋକନାଥ ଶବର ଓଏପିଏଫ୍‌ ଯବାନ ଭାବେ କାର୍ଯ୍ୟ କରୁଥିଲେ। ଉଭୟେ କଟକରେ କର୍ତ୍ତବ୍ୟରତ ଥିବା ସମୟରେ ପିସିଆର୍‌ ଭ୍ୟାନ୍‌ରେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାଣ ହରାଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ହୋମ୍‌ଗାର୍ଡ ଓ ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri