ପ୍ରଭାସିନୀ,ଦେବୀଙ୍କୁ ହୋମ୍‌ଗାର୍ଡ ଚାକିରି ସହ ୧୦ଲକ୍ଷ ଲେଖାଏ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୫ (ସୁନିତ୍‌ ମିଶ୍ର): କଟକରେ କାର୍ଯ୍ୟରତ ୨ ପୋଲିସ କର୍ମଚାରୀ ଜଗବନ୍ଧୁ ମାହାଲି ଏବଂ ଲୋକନାଥ ଶବର ଗତ ୨୨ ତାରିଖରେ ପିସିଆର୍‌ ଭ୍ୟାନ୍‌ରେ ଯିବା ସମୟରେ ଦୁର୍ଘଟଣା ଘଟି ପ୍ରାଣ ହରାଇଥିଲେ। ଡ୍ୟୁଟିରେ ଥିବା ସମୟରେ ଉଭୟଙ୍କ ମୃତ୍ୟୁ ଘଟିଥିବାରୁ ସେମାନଙ୍କ ପରିବାର ପ୍ରତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମବେଦନା ଜଣାଇଛନ୍ତି। ଜଗବନ୍ଧୁଙ୍କ ସ୍ତ୍ରୀ ପ୍ରଭାସିନୀ ବେହେରା ଓ ଲୋକନାଥଙ୍କ ସ୍ତ୍ରୀ ଦେବୀ ଶବରଙ୍କୁ ମୁଖ୍ୟମନ୍ତ୍ରୀ ବୁଧବାର ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ସେମାନଙ୍କ ଦୁଃଖ ସମୟରେ ସେମାନଙ୍କୁ ସହାୟତାର ହାତ ବଢ଼ାଇ ମୁଖ୍ୟମନ୍ତ୍ରୀ ନିଜର ସହୃଦୟତାର ପରିଚୟ ଦେଇଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଉଭୟେ ଭେଟିଥିଲେ। ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ହୋମ୍‌ଗାର୍ଡ ପଦବୀ ପାଇଁ ନିଯୁକ୍ତିପତ୍ର ସହ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ଭଲମନ୍ଦ ପଚାରିବା ସହ ଅଧର୍ଯ୍ୟ ନ ହେବାକୁ ପରାମର୍ଶ ଦେଇଛନ୍ତି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାର ସେମାନଙ୍କ ସହ ଅଛନ୍ତି। ସେମାନଙ୍କର ଆଗାମୀ ଜୀବନ ଓ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ସର୍ବକୁଶଳ କାମନା କରିଥିଲେ। ସରକାରଙ୍କ ସହୃଦୟତା ପାଇଁ ସେମାନେ ଅଶ୍ରୁଳ ନୟନରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି। ପ୍ରଭାସିନୀଙ୍କ ସ୍ବାମୀ ଜଗବନ୍ଧୁ ମାହାଲି ହୋମ୍‌ଗାର୍ଡ ଭାବେ କାର୍ଯ୍ୟ କରୁଥିଲେ। ସେହିପରି ଦେବୀଙ୍କ ସ୍ବାମୀ ଲୋକନାଥ ଶବର ଓଏପିଏଫ୍‌ ଯବାନ ଭାବେ କାର୍ଯ୍ୟ କରୁଥିଲେ। ଉଭୟେ କଟକରେ କର୍ତ୍ତବ୍ୟରତ ଥିବା ସମୟରେ ପିସିଆର୍‌ ଭ୍ୟାନ୍‌ରେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ପ୍ରାଣ ହରାଇଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ହୋମ୍‌ଗାର୍ଡ ଓ ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକ ସୁଧାଂଶୁ ଷଡ଼ଙ୍ଗୀ ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri