ସମ୍ବଲପୁରରେ ୧୪୦୦ ଜଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୮ ଜଣଙ୍କୁ ତୁରନ୍ତ ୧୯ ଲଷ ଟଙ୍କାର ଚିକିତ୍ସା ସହାୟତା 

ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ  ଅଭିଯୋଗ ଶୁଣିବା ପାଇଁ । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ ଥିଲେ  ସହଯୋଗୀ ୧୦ ଜଣ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀଗଣ । ସମ୍ପୂର୍ଣ୍ଣ ରାଜ୍ୟ ପ୍ରଶାସନ ସ୍ଥାନାନ୍ତରିତ ହୋଇଥିଲା ସମ୍ବଲପୁରକୁ ।ଲୋକଙ୍କ  ଅଭିଯୋଗ ଶୁଣି ଏହାର ସମାଧାନ କରିବାକୁ ।
ଆଜିଥିଲା ଅଭିଯୋଗ ଶୁଣାଣିର ୧୦ମ ପାଳି। ଏହା ଥିଲା ଅନ୍ୟ ନଅ’ଟି ପାଳି ଠାରୁ ଭିନ୍ନ, କାରଣ ସରକାରଙ୍କ ପାଖକୁ ଲୋକ ଆସି ନାହାନ୍ତି, ସରକାର ଆସିଛନ୍ତି ଲୋକଙ୍କ ଅଭିଯୋଗ ଶୁଣିବାକୁ। ଗତ କାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ ସମ୍ବଲପୁରରେ ପହଞ୍ଚି ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ରାଜ୍ୟବାସୀଙ୍କ କଲ୍ୟାଣ ପାଇଁ ପ୍ରାର୍ଥନା କରିଥିଲେ ।
ପୂର୍ବ ଜନଶୁଣାଣି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗରୁ ଭୁବନେଶ୍ୱରରେ ଆମର ନଅ’ଟି ଜନ ଶୁଣାଣି ହୋଇଛି। ପୂର୍ବ ନଅ’ଟି ପାଳିରେ ୯,୩୭୭ ଲୋକଙ୍କ ଅଭିଯୋଗ ଗ୍ରହଣ କରିଛୁ ଏବଂ ପ୍ରାୟ ୮୮ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି। ଅବଶିଷ୍ଟ ଗୁଡିକ ପ୍ରକ୍ରିୟା ଭିତରେ ଅଛି ।
ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ  ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୦ମ ପାଳି। ଏହି  ପାଳିରେ ପ୍ରାୟ ୧୦୦୦ ଜଣ ଅନଲାଇନ ଜରିଆରେ ପଂଜିକୃତ ଓ ଅଫଲାଇନରେ ପ୍ରାୟ ୪୦୦  ଲୋକଙ୍କ ଅଭିଯୋଗ ଗ୍ରହଣ କରାଯାଇଛି।
ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ୧୮ ଜଣଙ୍କୁ ୧୯ ଲକ୍ଷ ୫୦ ହଜାର ଟଙ୍କାର ଚିକିତ୍ସା ସହାୟତା ପ୍ରଦାନ କରାଯାଇଛି  ।
ଏହି ତତ୍‌କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ ।
କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ ।
ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ ।
ଅଭିଯୋଗକାରୀଙ୍କ ମଧ୍ୟରେ ଥିଲେ ସମ୍ବଲପୁରର ଦୀପ୍ତିରାଣୀ ପାଢ଼ୀ  । ସେ ତାଙ୍କ ପେନ୍ସନ ସଂକ୍ରାନ୍ତୀୟ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିଥିଲେ  । ମୁଖ୍ୟମନ୍ତ୍ରୀ ତାଙ୍କ ସମସ୍ୟା ଶୁଣିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ  । ପାଢ଼ୀ ଗଭୀର ଆତ୍ମସନ୍ତୋଷର ସହ ଘରକୁ ଫେରିଥିଲେ ।
ସେହିପରି ବରଗଡ଼ ଜିଲ୍ଲା ଡୁଙ୍ଗୁରିବାହାଲ ର କିଛି ବାସିନ୍ଦା ଆସିଥିଲେ ଡୁଙ୍ଗୁରିବାହାଲ ଜଳସେଚନ ପ୍ରକଳ୍ପରୁ ଜଳସେଚନ ସୁବିଧା କରାଇବା ପାଇଁ । ମୁଖ୍ୟମନ୍ତ୍ରୀ ତୁରନ୍ତ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏହାର ସମାଧାନ ପାଇଁ । ମୁଖ୍ୟମନ୍ତ୍ରୀଙ୍କ ଠୁ ଆଶ୍ୱାସନା ପାଇ ସେମାନେ ଖୁସି ମନରେ ଫେରିଥିଲେ ।
ଏହିପରି ଜଣେ ପରେ ଜଣେ ଅଭିଯୋକାରୀ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ମାନଙ୍କୁ ଭେଟି ଭରସା ଓ ସନ୍ତୋଷ ନେଇ ଫେରୁଥିଲେ । ସମସ୍ତଙ୍କ ମୁହଁରେ ଥିଲା ଖୁସିର ଲହରୀ  କାରଣ ମୁଖ୍ୟମନ୍ତ୍ରୀ ନିଜେ ତାଙ୍କ  ସମସ୍ୟା ଶୁଣିଛନ୍ତି ଓ ସମାଧାନର ବ୍ୟବସ୍ଥା ମଧ୍ୟ କରିଛନ୍ତି  ।
ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଗୃହ   ଓ ନଗରଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଇଂ ଗଣେଶ ରାମ ସିଂ ଖୁଣ୍ଟିଆ, ପଞ୍ଚାୟତିରାଜ ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri