Posted inଜାତୀୟ

ଦେଶର ଇତିହାସରେ ଏକ କଳା ଅଧ୍ୟାୟ ଯୋଡି ହୋଇଗଲା: ସୋରେନ

ରାଞ୍ଚି,୨୦।୭: ମଣିପୁରରେ ମହିଳାଙ୍କ ସହ ହୋଇଥିବା ବର୍ବରତାକୁ ନେଇ ସାରା ଦେଶରେ କ୍ରୋଧ ପ୍ରକାଶ ପାଇଛି। ଏହାର ଭିଡିଓ ଭାଇରାଲ ହେବା ପରେ ପ୍ରତ୍ୟେକ ବ୍ୟକ୍ତି ଏହି ଘଟଣାର ନିନ୍ଦା କରୁଛନ୍ତି। ଏହି ଘଟଣାକୁ ଦେଶର ସମସ୍ତେ ନିନ୍ଦା କରୁଛନ୍ତି। ଏଥି ସହିତ ବିରୋଧୀ ଦଳମାନେ ପୁଣି ଥରେ ମୋଦି ସରକାରଙ୍କ ଉପରେ ଏହି ପ୍ରସଙ୍ଗକୁ ନେଇ ଆକ୍ରମଣ କରିବାର ସୁଯୋଗ ପାଇଛନ୍ତି। ଏହି ସମୟରେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଖୋଲାଖୋଲି ଭାବେ କେନ୍ଦ୍ର ସରକାରଙ୍କୁ ଆକ୍ରମଣ କରିଛନ୍ତି। ସୋରେନ କହିଛନ୍ତି ଯେ ଏହି ଘଟଣା ଦେଶ ଇତିହାସର ଏକ କଳା ଅଧ୍ୟାୟ ଭାବରେ ସର୍ବଦା ସ୍ମରଣୀୟ ହୋଇ ରହିବ।
ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଗଣମାଧ୍ୟମ ସହ କଥା ହୋଇ କହିଛନ୍ତି ଯେ, ମଣିପୁର ପ୍ରାୟ ୮୦ଦିନ ଧରି ଅରାଜକତା ଦେଇ ଗତି କରିଛି, ଗୋଟିଏ ଦିନ ପୂର୍ବରୁ ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା ଯାହାକୁ ବର୍ଣ୍ଣନା କରାଯାଇପାରିବ ନାହିଁ। ଗୁରୁବାର ଯେତେବେଳେ ଲୋକସଭା ଅଧିବେଶନ ଆରମ୍ଭ ହେବାକୁ ଯାଉଥିଲା, କେନ୍ଦ୍ର ଏହାର ନିରବତାକୁ ଭାଙ୍ଗି ଦେଇଥିଲା ଏବଂ ସମଗ୍ର ବିଶ୍ୱ ଦେଖିଲା ଯେ ଏହା କିପରି ନୀରବତା ଭାଙ୍ଗିଲା।
ଦେଶର ବିକାଶ କଥା ଯଦି ଆଲୋଚନା କରାଯାଏ, ଆପଣଙ୍କୁ ବିଶ୍ୱର ବିଭିନ୍ନ ଦେଶରେ ସ୍ବାଗତ କରାଯାଇଛି, କିନ୍ତୁ ଆମ ଦେଶରେ ରାଜ୍ୟ ଭିତରେ ଗୃହଯୁଦ୍ଧ ଚାଲିଛି। ଏହାପୂର୍ବରୁ ମଧ୍ୟ ଦୁଇ ରାଜ୍ୟ ପରସ୍ପର ସହ ଲଢିଛନ୍ତି। ଏହି ଘଟଣା ଦେଶ ତଥା ଦେଶର ଇତିହାସରେ ଏକ କଳା ଅଧ୍ୟାୟ ଯୋଡିବାରେ ସାହାଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ସୋରେନ ମତ ବ୍ୟକ୍ତ କିରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri