କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

କୋରାପୁଟ, ୪।୯ (ଅମିତାଭ ବେହେରା): ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତିର ଶୁଭାରମ୍ଭ କରିଥିଲେ। ଏହାର ସିଧାପ୍ରସାରଣ କୋରାପୁଟ ସଦ୍‌ଭାବନା ସଭାଗୃହରେ ଆୟୋଜିତ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ କରାଯାଇଥିଲା।

କୋରାପୁଟ ଜିଲାର ୧୪ଟି ବ୍ଲକ୍‌ର ୮୮,୨୮୯ ଜଣ ଚାଷୀଙ୍କୁ ମୋଟ ୧୭ କୋଟି ୮୮ ଲକ୍ଷ ୮୨ ହଜାର ୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏଥିରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସମେତ ଭୂମିହୀନ କୃଷି ପରିବାରକୁ ସାମିଲ କରାଯାଇଛି।

ସୂଚନା ଅନୁଯାୟୀ, ଜିଲାର ୮୭,୨୮୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୧୭ କୋଟି ୪୫ ଲକ୍ଷ ୬୨ ହଜାର ଟଙ୍କା ପ୍ରଦାନ କରାଯାଉଛି। ସେହିପରି ୧,୦୦୮ ଜଣ ଭୂମିହୀନ କୃଷି ପରିବାରଙ୍କୁ ୪୩ ଲକ୍ଷ ୨୦ ହଜାର ୫୦୦ ଟଙ୍କା ପ୍ରଦାନ କରାଯାଇଛି।

ବ୍ଲକ୍‌ସ୍ତରୀୟ ହିସାବ ଅନୁଯାୟୀ, କୋଟପାଡ଼ରେ ସର୍ବାଧିକ ୯,୪୪୨ ଜଣ ଏବଂ ବୋରିଗୁମ୍ମାରେ ୯,୩୨୧ ଜଣ ହିତାଧିକାରୀ ରହିଛନ୍ତି। ଜୟପୁରରେ ୪,୨୮୫, କୋରାପୁଟରେ ୫,୬୨୮, ଲମତାପୁଟରେ ୭,୭୫୨, ନନ୍ଦପୁରରେ ୭,୭୦୧ ଏବଂ ସେମିଳିଗୁଡ଼ାରେ ୭,୭୧୨ ଜଣ ହିତାଧିକାରୀ ଅଛନ୍ତି। ରବି ଋତୁରେ ଏହି ସହାୟତା ଚାଷୀଙ୍କ ପାଇଁ ଆର୍ଥିକ ଭାବେ ସହାୟକ ହେବ ବୋଲି ଆଶା କରାଯାଉଛି।

ଏହି ଜିଲାସ୍ତରୀୟ କାର୍ଯ୍ୟକ୍ରମରେ କୋରାପୁଟ ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ରଘୁରାମ ମାଛ, ସ୍ୱତନ୍ତ୍ର ଉନ୍ନୟନ କମିଟି ଅଧ୍ୟକ୍ଷ ଭଗବାନ ମୁଦୁଲି, ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏବଂ ଜିଲା ପରିଷଦ ଉପାଧ୍ୟକ୍ଷ ରାଧା ବିନୋଦ ସାମନ୍ତରାୟ ଉପସ୍ଥିତ ଥିଲେ।

ଏଥିସହ ମୁଖ୍ୟ ଜିଲା କୃଷି ଅଧିକାରୀ ଭବାନୀ ଶଙ୍କର ମହାପାତ୍ର, ଉପନିର୍ଦ୍ଦେଶକ ଉଦ୍ୟାନ କୃଷି ଅନ୍ତର୍ଯ୍ୟାମୀ ସାହୁ, ପ୍ରକଳ୍ପ ନିର୍ଦ୍ଦେଶକ ଜଳବିଭାଜିକା ଅଶୋକ ସେନାପତି, କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଏବଂ କୃଷି ଓ ଆନୁଷଙ୍ଗିକ ବିଭାଗର ଅଧିକାରୀମାନେ ଯୋଗଦେଇଥିଲେ।

ଜିଲାର ବିଭିନ୍ନ ବ୍ଲକ୍‌ରୁ ୧୦୦ ଜଣ ଚାଷୀ ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ସିଧାପ୍ରସାରଣ ଦେଖିଥିଲେ। ରବି ଚାଷ ପୂର୍ବରୁ ମିଳୁଥିବା ଏହି ଆର୍ଥିକ ସହାୟତା ଚାଷୀଙ୍କୁ ବିହନ, ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀ କିଣିବାରେ ସହାୟକ ହେବ।

କାର୍ଯ୍ୟକ୍ରମରେ ଅତିଥିମାନେ କହିଥିଲେ ଯେ, ଚାଷୀଙ୍କ ଆର୍ଥିକ ସଶକ୍ତିକରଣ ସହ କୃଷି କ୍ଷେତ୍ରର ବିକାଶ ଦିଗରେ ସିଏମ୍‌-କିଷାନ ଯୋଜନା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହାଦ୍ୱାରା ଚାଷୀଙ୍କୁ ଚାଷ ସମୟରେ ଆବଶ୍ୟକ ଆର୍ଥିକ ସହାୟତା ମିଳିବା ସହ କୃଷି କାର୍ଯ୍ୟକୁ ଅଧିକ ସୁଦୃଢ଼ କରିବାରେ ଏହା ସହାୟକ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦଶ’ରା, ଦୀପାବଳିରେ ଘରକୁ ଯିବାକୁ ଚାହୁଁଥିଲେ ଖୁସିଖବର, ସ୍ପେଶାଲ ଟ୍ରେନ୍‌କୁ ନେଇ ରେଲେଓ଼୍ବର ବଡ଼ ଘୋଷଣା

ନୂଆଦିଲ୍‌ଲୀ,୪।୯: ନିଜ ଘରଠାରୁ ଦୂରରେ ଦିଲ୍ଲୀ, ମୁମ୍ୱାଇ, ଚଣ୍ଡିଗଡ଼ ଏବଂ ଅନ୍ୟାନ୍ୟ ବଡ଼ ବଡ଼ ସହରରେ ରହୁଥିବା ଲୋକଙ୍କ ପାଇଁ ଖୁସି ଖବର। ଦଶହରା, ଦୀପାବଳି ଏବଂ…

ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା ଅନ୍ତର୍ଜାତୀୟ ବିମାନ ବନ୍ଦର! ଯାତ୍ରୀ ହନ୍ତସନ୍ତ

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ସେପ୍ଟେମ୍ବର ୪ ଅପରାହ୍ନରେ ଆରମ୍ଭ ହୋଇଥିବା ବର୍ଷା ପରେ ଜାତୀୟ ରାଜଧାନୀ ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦର ବାହାରେ ପାଣି ଜମି ରହିବା…

ଜନ୍ମାଷ୍ଟମୀରେ ମହାସଂଯୋଗ କରିବ ମନି ମେକର୍‌, ୯ଟି ରାଶି ହେବ ଧନବାନ!

ଚଳିତ ବର୍ଷ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ କେବଳ ଧାର୍ମିକ ଦୃଷ୍ଟିକୋଣରୁ ନୁହେଁ, ବରଂ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ମଧ୍ୟ ଅତ୍ୟନ୍ତ ବିରଳ ଏବଂ ଶୁଭଙ୍କର। ୪ ସେପ୍ଟେମ୍ୱର…

କାହିଁକି ସ୍ବୟଂବର କରିଥିଲେ ରାଖୀ ସାୱନ୍ତ? ଖୋଲିଦେଲେ ଅସଲ କାରଣ, କହିଲେ-ବିବାହ ପାଇଁ ନୁହେଁ ବରଂ…

ମୁମ୍ବାଇ: ବଲିଉଡର ‘ଡ୍ରାମା କ୍ୱିନ’ ଭାବେ ପରିଚିତ ରାଖୀ ସାୱନ୍ତ ପୁଣିଥରେ ଚର୍ଚ୍ଚାରେ। ୨୦୦୯ରେ ତାଙ୍କ ସ୍ବୟଂବର ରିଆଲିଟି ଶୋ’ ଟେଲିଭିଜନରେ ଖୁବ ଚର୍ଚ୍ଚିତ ହୋଇଥିଲା। ସେତେବେଳେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

ଶ୍ରୀ ରାଧାକୃଷ୍ଣ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି,୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପାଇକ ସାହି ନିକଟ ଶ୍ରୀକୃଷ୍ଣ ଚୈତନ୍ୟ ଆଶ୍ରମ ପରିସରରେ ଥିବା ଶ୍ରୀ ରାଧା ବିନୋଦ ବିହାରୀଜୀଉ(ରାଧାକୃଷ୍ଣ) ମନ୍ଦିରରେ ଭାଦ୍ରବ…

ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri