ନୂଆଁଖାଇରେ ସିଏମ୍‌ କିଷାନର ପ୍ରଥମ କିସ୍ତି

ଭୁବନେଶ୍ୱର, ୩।୯(ସୁନିତ୍‌ ମିଶ୍ର): ଡିଜିଟାଲ ଫସଲ ସର୍ବେକ୍ଷଣର ସମୀକ୍ଷା ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।

ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧରୀ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ବୃନ୍ଦ ଯୋଗ ଦେଇଛନ୍ତି। ରାଜ୍ୟର ସମସ୍ତ ଜିଲାରୁ ଜିଲାପାଳମାନେ ଭିଡିଓ କନ୍‌ଫରେନ୍ସ ଜରିଆରେ ଯୋଗ ଦେଇଛନ୍ତି। ଇ-ଚାଷ ଆପ୍‌ ଜରିଆରେ ଡିଜିଟାଲ ଫସଲର ସର୍ବେକ୍ଷଣ କରାଯାଉଛି, ଯେଉଁଥିରେ କୃଷକଙ୍କ ଫସଲ ଓ ଚାଷଜମିର ତଥ୍ୟ ସରକାରଙ୍କ ପାଖରେ ପହଞ୍ଚି ପାରୁଛି।

ଏହି ସର୍ବେକ୍ଷଣ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ସର୍ବେକ୍ଷଣ ଆଧାରରେ ଚାଷୀମାନେ ସିଏମ୍‌ କିଷାନ ତଥା ଅନେକ ଅନ୍ୟ ଯୋଜନା ଅନ୍ତର୍ଗତ ଆର୍ଥିକ ସୁବିଧା ପାଇପାରିବେ। ଏହାର ପ୍ରଥମ କିସ୍ତି ଆସନ୍ତା ସେପ୍ଟେମ୍ବର ୮ ତାରିଖ ନୂଆଁଖାଇ ଦିନ ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ। ବାଦ ପଡିଥିବା ସମସ୍ତ ଯୋଗ୍ୟ ଚାଷୀ ଏହାଦ୍ୱାରା ଉପକୃତ ହୋଇପାରିବେ ବୋଲି ମନ୍ତ୍ରୀ ସିଂହଦେଓ କହିଛନ୍ତି।

କୃଷକଙ୍କ ତଥ୍ୟ ଏକ ରେଜିଷ୍ଟରରେ ଆଇଡି ସହ ରହିବ। ଏଥିପାଇଁ ପ୍ରତି ଜିଲାରେ ନୋଡାଲ ଅଧିକାରୀମାନେ ରହିବେ ଓ ସେମାନେ ପ୍ରତ୍ୟକ୍ଷ ଭାବେ କ୍ଷେତ୍ର ପରିଦର୍ଶନରେ ଯାଇ ସର୍ବେକ୍ଷଣର ଅନୁଧ୍ୟାନ କରିବେ। ବାଦ୍‌ ପଡିଯାଇଥିବା ଯୋଗ୍ୟ ହିତାଧିକାରୀଙ୍କ ତଥ୍ୟ ସଂଗ୍ରହ କରି ବିଭାଗକୁ ଜଣାଇବେ। ଏନେଇ ଏକ ମାର୍ଗଦର୍ଶିକା ତିଆରି ହେବ ଓ ସିଏମ୍‌ କିଷାନ ପୋର୍ଟାଲ ବର୍ଷତମାମ ଖୋଲା ରହିବ ବୋଲି ପ୍ରମୁଖ ଶାସନ ସଚିବ ପାଢ଼ୀ କହିଛନ୍ତି। ଚାଷୀମାନେ ନୂଆ ପୋର୍ଟାଲ ଜରିଆରେ ଆବେଦନ କିମ୍ବା ତଥ୍ୟ ଅପଡେଟ କରିବା ପାଇଁ କୌଣସି ପ୍ରକାର ଦେୟ ପ୍ରଦାନ କରିବେ ନାହିଁ। ଏହାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ଶେଷରେ ଜିଲାପାଳମାନେ ନିଜ ନିଜର ସମସ୍ୟା ବିଷୟରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri