ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା, ମନ୍ତ୍ରୀ କହିଲେ ଆଗାମୀ ୩ ବର୍ଷ ମଧ୍ୟରେ…

ଛତ୍ରପୁର,୨୭ା୮(ସନ୍ତୋଷ ପାଢ଼ୀ): ସିଏମ୍‌ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ରବି ଫସଲ ପାଇଁ ଚାଷୀଙ୍କ ଖାତାକୁ ଯାଇଛି। ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲାର ୩ ଲକ୍ଷ ୧୯ ହଜାର ୪୪୯ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଡିବିଟି ଜରିଆରେ ଏହି କିସ୍ତି ଟଙ୍କା ଯାଇଥିବା ସୂଚନା ଦିଆଯାଇଛି। ସେଥିମଧ୍ୟରେ ୩ଲକ୍ଷ ୧୩ ହଜାର ୩୫୧ଜଣ କ୍ଷୁଦ୍ର ନାମମାତ୍ର ଚାଷୀ ରହିଥିବାବେଳେ ୬ ହଜାର ୯୮ ଜଣ ଭୂମିହୀନ ଚାଷୀ ରହିଛନ୍ତି। ଏହି ପରିପ୍ରେକ୍ଷୀରେ ଛତ୍ରପୁରସ୍ଥିତ ଋଷିକୂଲ୍ୟା ସମ୍ମିଳନୀ ଗୃହରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏବଂ ମୁଖମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସହ ଏଠାରେ ଉପସ୍ଥିତମାନେ ଯୋଡ଼ି ହୋଇଥିଲେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗଦେଇଥିଲେ। ସେ କହିଛନ୍ତି ଯେ, ଆଗାମୀ ୩ ବର୍ଷ ମଧ୍ୟରେ ଓଡ଼ିଶାକୁ କୃଷି ଭିତ୍ତିକ ରାଜ୍ୟ ପରିପ୍ରେକ୍ଷୀରେ କୃଷିଜାତ ପଦାର୍ଥ ଏକ୍ସପୋର୍ଟର ହବ୍‌ ଭାବେ ଗଢ଼ି ତୋଳିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା…

ଆଣ୍ଡ୍ରଏଡ୍ ସ୍କାମ୍ ଉପରେ କେନ୍ଦ୍ର ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ସାଇବର ଠକେଇ ସତର୍କତା ଜାରି

ନୂଆଦିଲ୍ଲୀ,୩୦।୧: ସାଇବର ଅପରାଧ ବିରୋଧରେ କେନ୍ଦ୍ର ସରକାର ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ‘ୱିଙ୍ଗୋ’ ନାମକ ଏକ ଆଣ୍ଡ୍ରଏଡ୍ ଆପ୍ ଜରିଆରେ ଚାଲିଥିବା ବ୍ୟାପକ ଠକେଇକୁ…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ…

ମେଦବହୁଳତା ଭାରତ ପାଇଁ ଏକ ବଡ଼ ଆର୍ଥିକ ବିପତ୍ତି: ଅର୍ଥନୈତିକ ସର୍ଭେରେ ଚେତାବନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ବଢ଼ୁଥିବା ମେଦବହୁଳତା ସ୍ୱାସ୍ଥ୍ୟ ସହିତ ଭାରତ ପାଇଁ ଏକ ବଡ଼ ‘ଅର୍ଥନୈତିକ ବିପତ୍ତି’ ଭାବେ ଉଭା ହୋଇଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ…

ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା, ଝାରସୁଗୁଡାରେ ସର୍ବୋଚ୍ଚ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri