ଚାଷୀଙ୍କ ଆକାଉଣ୍ଟକୁ ଗଲା ସିଏମ୍‌ କିଷାନ ଟଙ୍କା, ମନ୍ତ୍ରୀ କହିଲେ ଆଗାମୀ ୩ ବର୍ଷ ମଧ୍ୟରେ…

ଛତ୍ରପୁର,୨୭ା୮(ସନ୍ତୋଷ ପାଢ଼ୀ): ସିଏମ୍‌ କିଷାନ ୩ୟ କିସ୍ତି ଟଙ୍କା ବୁଧବାର ରବି ଫସଲ ପାଇଁ ଚାଷୀଙ୍କ ଖାତାକୁ ଯାଇଛି। ଡିବିଟି ଜରିଆରେ ଟଙ୍କା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଠାଇଛନ୍ତି। ଏହିକ୍ରମରେ ଗଞ୍ଜାମ ଜିଲାର ୩ ଲକ୍ଷ ୧୯ ହଜାର ୪୪୯ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଡିବିଟି ଜରିଆରେ ଏହି କିସ୍ତି ଟଙ୍କା ଯାଇଥିବା ସୂଚନା ଦିଆଯାଇଛି। ସେଥିମଧ୍ୟରେ ୩ଲକ୍ଷ ୧୩ ହଜାର ୩୫୧ଜଣ କ୍ଷୁଦ୍ର ନାମମାତ୍ର ଚାଷୀ ରହିଥିବାବେଳେ ୬ ହଜାର ୯୮ ଜଣ ଭୂମିହୀନ ଚାଷୀ ରହିଛନ୍ତି। ଏହି ପରିପ୍ରେକ୍ଷୀରେ ଛତ୍ରପୁରସ୍ଥିତ ଋଷିକୂଲ୍ୟା ସମ୍ମିଳନୀ ଗୃହରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏବଂ ମୁଖମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ସହ ଏଠାରେ ଉପସ୍ଥିତମାନେ ଯୋଡ଼ି ହୋଇଥିଲେ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗଦେଇଥିଲେ। ସେ କହିଛନ୍ତି ଯେ, ଆଗାମୀ ୩ ବର୍ଷ ମଧ୍ୟରେ ଓଡ଼ିଶାକୁ କୃଷି ଭିତ୍ତିକ ରାଜ୍ୟ ପରିପ୍ରେକ୍ଷୀରେ କୃଷିଜାତ ପଦାର୍ଥ ଏକ୍ସପୋର୍ଟର ହବ୍‌ ଭାବେ ଗଢ଼ି ତୋଳିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

ଆଜି ଏହି ୬ ଜିଲାରେ ବିଜୁଳି ଘଡ଼ଘଡ଼ି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୩ା୮: ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ…

ଅସରପା ଓ ପିମ୍ପୁଡ଼ି

ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ତାଲିକାରେ ୧୮ତମ ସ୍ଥାନରେ ଥିବା ଉଜ୍ଜ୍ୱଳ ଭୂୟାଁ କଲେଜିୟମ୍‌ ବ୍ୟବସ୍ଥାରେ ଉତ୍ତରଦାୟିତ୍ୱ ଅଭାବ ଥିବା ନେଇ ପ୍ରଶ୍ନ ଉଠାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଥିଙ୍କ୍‌ ଟ୍ୟାଙ୍କ୍‌…

ଆଜି ଶ୍ରାବଣ ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ଏହି କାରଣରୁ…

ଭୁବନେଶ୍ୱର,୩ା୮: ଆଜି ଶ୍ରାବଣର ପ୍ରଥମ ସୋମବାରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ହୋଇଛି। ପୂଜାପଣ୍ଡା ସେବାୟତ-ବଡୁ ସେବାୟତଙ୍କ ମଧ୍ୟରେ ବିବାଦ ଲାଗି ରହିଥିବାରୁ ନୀତିକାନ୍ତି ବନ୍ଦ ହୋଇଥିବା…

ପଛକୁ ହଟିଲେ ଟ୍ରମ୍ପ: ସାରା ବିଶ୍ୱରେ ଯୋର ଧରିଲାଣି ଚର୍ଚ୍ଚା, ପୁଣି ଇରାନ ସହ ହେବ ଶାନ୍ତି ବାର୍ତ୍ତା

ତେହରାନ/ଓ୍ବାଶିଂଟନ,୩।୮: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ସମ୍ଭାବନା ହ୍ରାସ ପାଉଛି। ଉଭୟ ରାଷ୍ଟ୍ର ପୁଣି ଏକ ଚୁକ୍ତିନାମା ଆଡକୁ ଅଗ୍ରସର ହେଉଛନ୍ତି, କିନ୍ତୁ ଏହା ମଧ୍ୟରେ,…

ଆଜି ଆସୁଛନ୍ତି ରାଷ୍ଟ୍ରପତି, ଟ୍ରେନ୍‌ରେ ଯାତ୍ରା କରି…

ଭୁବନେଶ୍ୱର,୩ା୮(ତ୍ରିନାଥ ମହାନ୍ତି): ସୋମବାରଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅପରାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚତ୍ ଲୋକଭବନରେ କିଛି ସମୟ ବିତାଇବେ। ଏହାପରେ…

କବିତା ଆସରରେ ମାତୃଭାଷାର ବିକାଶ ପାଇଁ ଆହ୍ବାନ

ହାଟଡିହୀ,୨l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲ ପରିସରରେ ହାଟଡିହୀ ସାହିତ୍ୟ ଘର ପକ୍ଷରୁ ବର୍ଷାକାଳୀନ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ସଭାପତି…

ଗାଧୋଇବାକୁ ଯାଇ ଫେରିଲେନି ଅବସରପ୍ରାପ୍ତ ଗ୍ରାମରକ୍ଷୀ, ଘଟିଲା…

ବରଗଡ଼,୨।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ଭଡିଗାଁର ଅବସରପ୍ରାପ୍ତ ଗ୍ରାମରକ୍ଷୀ ବିରାଟ ବାଗ(୬୫)ଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଥିବା ଜଣାପଡିଛି । ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri