ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ‘ସିଏମ୍‌ କିଷାନ ଯୋଜନା’ର ରବି ୨୦୨୬-୨୭ ଋତୁ ପାଇଁ ସହାୟତା ରାଶି ବଣ୍ଟନ କରାଯାଇଛି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଆଭାସୀ ମାଧ୍ୟମରେ ଜିଲାସ୍ତରୀୟ କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇ ଚାଷୀମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ଯୋଜନା ଅଧୀନରେ ବରଗଡ଼ ଜିଲାର ମୋଟ ୧ ଲକ୍ଷ ୭୪ ହଜାର ୭୯୮ ଜଣ ହିତାଧିକାରୀ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି।

ଏହି ପରିପ୍ରେକ୍ଷୀରେ ବରଗଡ଼ସ୍ଥିତ ମୁଖ୍ୟ ଜିଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ଆୟୋଜିତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ବରଗଡ଼ ଲୋକସଭା MP ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାଷୀଙ୍କ ସମୃଦ୍ଧି ଓ ରବି ଚାଷକୁ ଅଧିକ ଗତିଶୀଳ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ, ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର, ଜିଲା ମୁଖ୍ୟ କୃଷି ଅଧିକାରୀ ମମତାରାଣୀ ତ୍ରିପାଠୀ, କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ତଥା ମୁଖ୍ୟ ନୃସିଂହ ଚରଣ ବାରିକ ଏବଂ ପଦ୍ମପୁର ମୁଖ୍ୟ କୃଷି ଅଧିକାରୀ ପ୍ରଭାସ ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ଜିଲା କୃଷି ବିଭାଗର ସରକାରୀ ତଥ୍ୟାନୁସାରେ, ମୋଟ ୧,୭୪,୭୯୮ ଜଣ ହିତାଧିକାରୀଙ୍କ ମଧ୍ୟରୁ ୧,୭୪,୪୪୩ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଥିବାବେଳେ ୩୫୫ ଜଣ ଭୂମିହୀନ କୃଷି ପରିବାର ଅଟନ୍ତି। ଏହି ସହାୟତା ରାଶି ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର (DBT) ମାଧ୍ୟମରେ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାକୁ ହସ୍ତାନ୍ତର କରାଯାଉଛି। ଜିଲ୍ଲାର ସୋହେଲା ବ୍ଲକ୍‌ରେ ସର୍ବାଧିକ ୨୧,୨୭୪ ଜଣ ହିତାଧିକାରୀ ରହିଥିବା ବେଳେ ଗାଇସିଲେଟ୍‌ରେ ୧୮,୮୫୫, ବିଜେପୁରରେ ୧୬,୧୮୩, ପାଇକମାଳରେ ୧୫,୮୬୮, ପଦ୍ମପୁରରେ ୧୫,୫୦୫, ବରପାଲିରେ ୧୫,୩୦୬, ଭେଡେନ୍‌ରେ ୧୪,୧୫୮, ଭଟଲିରେ ୧୨,୯୬୨, ବରଗଡ଼ ବ୍ଲକ୍‌ରେ ୧୨,୮୦୨, ଝାରବନ୍ଧରେ ୧୨,୧୩୯, ଅତାବିରାରେ ୧୧,୨୨୫ ଏବଂ ଅମ୍ବାଭୋନାରେ ୭,୩୧୪ ଜଣ ଚାଷୀ ଏହି ଯୋଜନାରେ ସାମିଲ ଅଛନ୍ତି। ସେହିପରି ପୌରାଞ୍ଚଳଗୁଡ଼ିକ ମଧ୍ୟରେ ବିଜେପୁର NACରେ ୪୯୩, ଅତାବିରା NACରେ ୩୭୭, ବରପାଲି NACରେ ୧୪୭, ବରଗଡ଼ ମ୍ୟୁନିସିପାଲିଟିରେ ୯୬ ଏବଂ ପଦ୍ମପୁର NACରେ ୯୪ ଜଣ ହିତାଧିକାରୀ ରହିଛନ୍ତି।

ରବି ଋତୁରେ ବିହନ, ସାର, କୀଟନାଶକ ଓ ଜମି ପ୍ରସ୍ତୁତି ପାଇଁ ଆବଶ୍ୟକ ଆର୍ଥିକ ସମ୍ବଳ ଯୋଗାଇବାରେ ଏହି ସହାୟତା ବିଶେଷ ସହାୟକ ହେବ ବୋଲି ଅତିଥିବୃନ୍ଦ କହିଥିଲେ। ଏହାସହ କୃଷି ବିଜ୍ଞାନ କେନ୍ଦ୍ର ଓ କୃଷି ବିଭାଗର ବିଶେଷଜ୍ଞମାନେ ଚାଷୀଙ୍କୁ ଆଧୁନିକ ଚାଷ ପ୍ରଣାଳୀ, ରବି ଫସଲ ପରିଚାଳନା ଓ ଉତ୍ପାଦନ ବୃଦ୍ଧି ନେଇ କାର୍ଯ୍ୟକ୍ରମରେ ମାର୍ଗଦର୍ଶନ ପ୍ରଦାନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

ମୁଖରିତ ହେଲା ବ୍ରାହ୍ମଣୀଗାଁ: ଜନ୍ମାଷ୍ଟମୀ ପୂଜା ସହ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ଵତୀଙ୍କ ୧୮ତମ ଶ୍ରାଦ୍ଧବାର୍ଷିକ ପାଳିତ

ବ୍ରାହ୍ମଣୀଗାଁ, ୪।୯(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଓଡ଼ିଆ ସାହିଠାରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଏବଂ ବ୍ରହ୍ମାଲୀନ ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି।…

ରୁଷୁଡ଼ା ଫାଣ୍ଡିରେ ଯୋଗଦେଲେ ନୂତନ ଫାଣ୍ଡି ଅଧିକାରୀ, ଅଞ୍ଚଳରେ ଆଇନ ଶୃଙ୍ଖଳା…

ଭେଡ଼େନ ୪।୯(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡ଼େନ ଥାନା ଅନ୍ତର୍ଗତ ରୁଷୁଡ଼ା ପୋଲିସ ଫାଣ୍ଡିରେ ଶୁକ୍ରବାର ନୂତନ ଫାଣ୍ଡି ଅଧିକାରୀ ଭାବରେ ଗୋଳକ ବିହାରୀ ସେଠୀ ଦାୟିତ୍ୱ…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri