ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ‘ସିଏମ୍‌ କିଷାନ ଯୋଜନା’ର ରବି ୨୦୨୬-୨୭ ଋତୁ ପାଇଁ ସହାୟତା ରାଶି ବଣ୍ଟନ କରାଯାଇଛି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଆଭାସୀ ମାଧ୍ୟମରେ ଜିଲାସ୍ତରୀୟ କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇ ଚାଷୀମାନଙ୍କୁ ସମ୍ବୋଧିତ କରିଥିଲେ। ଏହି ଯୋଜନା ଅଧୀନରେ ବରଗଡ଼ ଜିଲାର ମୋଟ ୧ ଲକ୍ଷ ୭୪ ହଜାର ୭୯୮ ଜଣ ହିତାଧିକାରୀ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି।

ଏହି ପରିପ୍ରେକ୍ଷୀରେ ବରଗଡ଼ସ୍ଥିତ ମୁଖ୍ୟ ଜିଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ଆୟୋଜିତ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ବରଗଡ଼ ଲୋକସଭା MP ପ୍ରଦୀପ ପୁରୋହିତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାଷୀଙ୍କ ସମୃଦ୍ଧି ଓ ରବି ଚାଷକୁ ଅଧିକ ଗତିଶୀଳ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲାପାଳ ଆଦିତ୍ୟ ଗୋୟଲ, ଅତିରିକ୍ତ ଜିଲାପାଳ ମହେନ୍ଦ୍ର ମହାପାତ୍ର, ଜିଲା ମୁଖ୍ୟ କୃଷି ଅଧିକାରୀ ମମତାରାଣୀ ତ୍ରିପାଠୀ, କୃଷି ବିଜ୍ଞାନ କେନ୍ଦ୍ରର ବରିଷ୍ଠ ବୈଜ୍ଞାନିକ ତଥା ମୁଖ୍ୟ ନୃସିଂହ ଚରଣ ବାରିକ ଏବଂ ପଦ୍ମପୁର ମୁଖ୍ୟ କୃଷି ଅଧିକାରୀ ପ୍ରଭାସ ଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

ଜିଲା କୃଷି ବିଭାଗର ସରକାରୀ ତଥ୍ୟାନୁସାରେ, ମୋଟ ୧,୭୪,୭୯୮ ଜଣ ହିତାଧିକାରୀଙ୍କ ମଧ୍ୟରୁ ୧,୭୪,୪୪୩ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଥିବାବେଳେ ୩୫୫ ଜଣ ଭୂମିହୀନ କୃଷି ପରିବାର ଅଟନ୍ତି। ଏହି ସହାୟତା ରାଶି ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର (DBT) ମାଧ୍ୟମରେ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାକୁ ହସ୍ତାନ୍ତର କରାଯାଉଛି। ଜିଲ୍ଲାର ସୋହେଲା ବ୍ଲକ୍‌ରେ ସର୍ବାଧିକ ୨୧,୨୭୪ ଜଣ ହିତାଧିକାରୀ ରହିଥିବା ବେଳେ ଗାଇସିଲେଟ୍‌ରେ ୧୮,୮୫୫, ବିଜେପୁରରେ ୧୬,୧୮୩, ପାଇକମାଳରେ ୧୫,୮୬୮, ପଦ୍ମପୁରରେ ୧୫,୫୦୫, ବରପାଲିରେ ୧୫,୩୦୬, ଭେଡେନ୍‌ରେ ୧୪,୧୫୮, ଭଟଲିରେ ୧୨,୯୬୨, ବରଗଡ଼ ବ୍ଲକ୍‌ରେ ୧୨,୮୦୨, ଝାରବନ୍ଧରେ ୧୨,୧୩୯, ଅତାବିରାରେ ୧୧,୨୨୫ ଏବଂ ଅମ୍ବାଭୋନାରେ ୭,୩୧୪ ଜଣ ଚାଷୀ ଏହି ଯୋଜନାରେ ସାମିଲ ଅଛନ୍ତି। ସେହିପରି ପୌରାଞ୍ଚଳଗୁଡ଼ିକ ମଧ୍ୟରେ ବିଜେପୁର NACରେ ୪୯୩, ଅତାବିରା NACରେ ୩୭୭, ବରପାଲି NACରେ ୧୪୭, ବରଗଡ଼ ମ୍ୟୁନିସିପାଲିଟିରେ ୯୬ ଏବଂ ପଦ୍ମପୁର NACରେ ୯୪ ଜଣ ହିତାଧିକାରୀ ରହିଛନ୍ତି।

ରବି ଋତୁରେ ବିହନ, ସାର, କୀଟନାଶକ ଓ ଜମି ପ୍ରସ୍ତୁତି ପାଇଁ ଆବଶ୍ୟକ ଆର୍ଥିକ ସମ୍ବଳ ଯୋଗାଇବାରେ ଏହି ସହାୟତା ବିଶେଷ ସହାୟକ ହେବ ବୋଲି ଅତିଥିବୃନ୍ଦ କହିଥିଲେ। ଏହାସହ କୃଷି ବିଜ୍ଞାନ କେନ୍ଦ୍ର ଓ କୃଷି ବିଭାଗର ବିଶେଷଜ୍ଞମାନେ ଚାଷୀଙ୍କୁ ଆଧୁନିକ ଚାଷ ପ୍ରଣାଳୀ, ରବି ଫସଲ ପରିଚାଳନା ଓ ଉତ୍ପାଦନ ବୃଦ୍ଧି ନେଇ କାର୍ଯ୍ୟକ୍ରମରେ ମାର୍ଗଦର୍ଶନ ପ୍ରଦାନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?