CM kisan yojana: ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ ସିଏମ କିଷାନ ଟଙ୍କା : ଜାଣନ୍ତୁ କେତେ

ଭୁବନେଶ୍ୱର,୮।୯: ନୂଆଁଖାଇରେ ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି। ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ୪ ହଜାର ଟଙ୍କାର ଆର୍ଥିକ ସହାୟତା ପାଇବେ । ଖରିଫ ଓ ରବି ଋତୁ ପୂର୍ବରୁ ଯୋଗ୍ୟ ହିତାଧିକାରୀଙ୍କୁ ଦୁଇଟି କିସ୍ତିରେ ଏହି ଟଙ୍କା ମିଳିବ। ଏ ନେଇ ରାଜ୍ୟ କୃଷି ବିଭାଗ ପକ୍ଷରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି।

ଅନ୍ୟପକ୍ଷେ.,
ନୂଆଁଖାଇ ଅବସରରେ ସମ୍ବଲପୁର ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ। ଅପରାହନ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମ୍ବଲପୁର ଯିବେ। ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ଅଡିଟୋରିୟମରେ ସିଏମ କିଷାନ ଯୋଜନାର ଶୁଭାରମ୍ଭ କରିବେ।

ପରେ ମା’ ସମଲେଇଙ୍କ ଦର୍ଶନ କରିବା ସହ ଏକାଧିକ କାର୍ଯ୍ୟକ୍ରମରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ। ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି। ସିଏମଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ା ହେବା ସହ ସ୍ବତନ୍ତ୍ର ଆୟୋଜନ ହୋଇଛି।ଚାଷୀଙ୍କୁ ଏହି ଆର୍ଥିକ ସହୟତା ଯୋଗାଇ ଦେବା ଲାଗି ରାଜ୍ୟ ସରକାର ୧୯ଶହ ୩୫ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି।

ପୂର୍ବରୁ ବିଜେଡି ସରକାର ଚାଷୀଙ୍କୁ କାଳିଆ ଯୋଜନାରେ ଆର୍ଥିକ ସହାୟତା ଯୋଗାଇ ଦେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri