ଚାଷୀଙ୍କ ଖାତାକୁ ଗଲା ସିଏମ୍‌ କିଷାନ ଯୋଜନା ଟଙ୍କା, ଗଞ୍ଜାମର ଏତିକି ଚାଷୀ ପାଇଲେ…

ଛତ୍ରପୁର,୪ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପବିତ୍ର ଜନ୍ମାଷ୍ଟମୀ ଅବସରରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ରବି ଋତୁ ୨୦୨୬-୨୭ ପାଇଁ ‘ମୁଖ୍ୟମନ୍ତ୍ରୀ କିଷାନ ସମ୍ମାନ ନିଧି’ ଯୋଜନାର ୨୪ତମ କିସ୍ତିର ସହାୟତା ରାଶି ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନ, ଓୟୁଏଟିରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଥିଲେ। ଡିବିଟି ମାଧ୍ୟମରେ ହିତାଧିକାରୀଙ୍କ ଖାତାକୁ ସହାୟତା ରାଶି ପଠାଯାଇଛି।

ଏହି ଅବସରରେ ଗଞ୍ଜାମ ଜିଲାର ୨,୩୯,୨୨୦ ଚାଷୀ ପରିବାରଙ୍କୁ ମୋଟ୍‌ ୪୮ କୋଟି ୨୧ ଲକ୍ଷ ୧୮ ହଜାର ଟଙ୍କା ସହାୟତା ମିଳିଛି। ଏଥିରେ ୨,୩୭,୪୯୭ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ୪୭ କୋଟି ୪୯ ଲକ୍ଷ ୯୪ ହଜାର ଟଙ୍କା ଏବଂ ୧,୭୨୫ ଭୂମିହୀନ ଚାଷୀ ପରିବାରଙ୍କୁ ୭୧ ଲକ୍ଷ ୨୪ ହଜାର ଟଙ୍କା ପ୍ରଦାନ କରାଯାଇଛି।

ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ, ଜିଲାପାଳ ଭି. କୀର୍ତ୍ତି ଭାସନ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା ଏବଂ ଜିଲା ମୁଖ୍ୟ କୃଷି ଅଧିକାରୀ ପ୍ରଶାନ୍ତ କୁମାର ନାଥ ପ୍ରମୁଖ ଯୋଗଦେଇ ଯୋଜନାର ଉଦ୍ଦେଶ୍ୟ ଓ ଚାଷୀଙ୍କ ପାଇଁ ଏହାର ଗୁରୁତ୍ୱ ସମ୍ପର୍କରେ କହିଥିଲେ।

ପରେ ହିତାଧିକାରୀ ଚାଷୀଙ୍କୁ ସହାୟତା ରାଶିର ଚେକ୍‌ ବଣ୍ଟନ କରାଯାଇଥିଲା। ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇଥିବା ଚାଷୀମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ଦେଖିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ସିଏମ୍‌ କିଷାନ ମେଳାରେ ଚାଷୀଙ୍କ ବିକ୍ଷୋଭ: ଅତିଥି ଭାଷଣ ଦେବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକରେ ଶୁକ୍ରବାର ଅନୁଷ୍ଠିତ ସିଏମ୍‌ କିଷାନ ମେଳାରେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଜିଲା ମୁଖ୍ୟ କୃଷି…

ଜନ୍ମାଷ୍ଟମୀରେ ଗ୍ରହଙ୍କ ମହାସଂଯୋଗ: ଆଜିଠୁ ଆରମ୍ଭ ହେଲା କର୍କଟ ସମେତ ୪ ରାଶିଙ୍କ ଭଲ ଦିନ, ମାଲାମାଲ ହେବା ସହ…

ଧାର୍ମିକ ଦୃଷ୍ଟିରୁ ଜନ୍ମାଷ୍ଟମୀ ଦିନଟି ବେଶ ଗୁରୁତ୍ୱପୂର୍ଣ୍ଣ। ତେବେ ୨୦୨୬ର ଜନ୍ମାଷ୍ଟମୀ ଜ୍ୟୋତିଷ ଦୃଷ୍ଟିରୁ ମଧ୍ୟ ବିଶେଷ ବୋଲି କୁହାଯାଉଛି। ଜ୍ୟୋତିଷ ଅନୁସାରେ, ସେପ୍ଟେମ୍ବର ୪ ତାରିଖ…

ଯୁବକଙ୍କୁ ମାରି କାଜୁଗଛରେ ଝୁଲାଇଦେଲେ, ଭୁବନେଶ୍ୱରରୁ ଗାଁକୁ ଫେରିବାବେଳେ…

ନୟାଗଡ଼,୪ା୯(ଲୋକନାଥ ମିଶ୍ର): ରଣପୁର ଥାନା ଦର୍ପନାରାୟଣପୁର ଫାଣ୍ଡି ଖତିଆ ଗୋପୀନାଥପୁର ରାସ୍ତାର ଏକ କାଜୁଗଛରେ ଜଣେ ଯୁବକଙ୍କୁ ହତ୍ୟା କରି ଝୁଲାଇ ଦିଆଯାଇଥିବା ଦେଖିବାକୁ ମିଳିଛି। ହତ୍ୟାର…

ପିଠି କୁଣ୍ଡାଇ ମାସକୁ ରୋଜଗାର ୧୪ ଲକ୍ଷ, ମାର୍କେଟରେ ମିଳୁଛି ଏମିତି ସୁବିଧା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବେଜିଂ, ୪।୯: ଚାଇନାର ଜଣେ ୩୨ ବର୍ଷୀୟ ଉଦ୍ୟୋଗୀ ଏକ ସାଧାରଣ ସମସ୍ୟାକୁ ଏକ ଅନନ୍ୟ ଏବଂ ସଫଳ ବ୍ୟବସାୟିକ ଧାରଣାରେ ପରିଣତ କରିଛନ୍ତି। ଲୋକମାନେ ଏବେ…

ସିର୍ଜାପାଲିରେ ଜନ୍ମାଷ୍ଟମୀ ଉତ୍ସବ: କଂସ ଦରବାର ମୁଖ୍ୟ ଆକର୍ଷଣ

କର୍ଲାମୁଣ୍ଡା,୪।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ କେସିଙ୍ଗା ବ୍ଲକ ସିର୍ଜାପାଲି ଗ୍ରାମରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି। ଏହି…

ଛାତ୍ରୀଛାତ୍ରଙ୍କ ଦୁର୍ଘଟଣା ସହାୟତାକୁ ନେଇ ଆସିଲା ନୂଆ ନିର୍ଦ୍ଦେଶାବଳୀ: ମୃତ୍ୟୁ ଘଟିଲେ ମିଳିବ…

ଭୁବନେଶ୍ୱର,୪।୯: ଛାତ୍ରୀଛାତ୍ରଙ୍କ ଦୁର୍ଘଟଣାଜନିତ ସମସ୍ୟାରେ ସହାୟତା ପ୍ରଦାନକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ର ଏହି ବ୍ୟବସ୍ଥାରେ…

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ

ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri