Posted inରାଜ୍ୟ

ରାଜ୍ୟର ସମସ୍ତ ଜିଲ୍ଲା ମୁଖ୍ୟାଳୟରୁ ପୁରୀକୁ ଜଗନ୍ନାଥ ଏକ୍ସପ୍ରେସ୍‌‌ ବସ୍‌‌ ସେବା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮ା୧: ଗୁରୁବାର ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ଜଗନାଥ ଏକ୍ସପ୍ରେସ୍‌‌ ବସ୍‌‌ର ଶୁଭାରମ୍ଭ କରିଛନ୍ତି। ଓଡ଼ିଶାର ସମସ୍ତ ଜିଲ୍ଲା ମୁଖ୍ୟାଳୟରୁ ଭୁବନେଶ୍ୱର ଦେଇ ପୁରୀକୁ ଶୀତତାପ ନିୟନ୍ତ୍ରିତ ବସ୍‌‌ ଚାଲିବ। ଆସନ୍ତା ୨୨ ତାରିଖରୁ ରାଜ୍ୟର ବିଭିନ୍ନ କୋଣ ଅନୁକୋଣରୁ ପୁରୀ ଶ୍ରୀମନ୍ଦିରକୁ ପ୍ରତ୍ୟେକ ଦିନ ଯେପରି ୧୦ ହଜାର ଶ୍ରଦ୍ଧାଳୁ ବସ୍‌‌ ଯୋଗେ ଆସିପାରିବେ, ସେଥିପାଇଁ ଏକ ମାସ ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ରେ ଟିକେଟର ମୂଲ୍ୟ ମାତ୍ର ୫୦ ପ୍ରତିଶତ ରହିବ। ସେ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ ଦାମ୍‌ ମାତ୍ର ୫ ଟଙ୍କା ରହିଛି। ଏହା ମା’ମାନଙ୍କ ପାଇଁ ବହୁ ସୁବିଧା ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

5T ଉପକ୍ରମରେ ଆରମ୍ଭ ହୋଇଥିବା ଲକ୍ଷ୍ମୀ ବସ୍‌ସେବା ଯୋଜନା ଅଧିନରେ ଏହି ବସ୍‌ ସେବା ଆରମ୍ଭ ହୋଇଛି। ରାଜ୍ୟର ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ଏହି ଯୋଜନାରେ ଚଳାଚଳ କରିବ। ଗୁରୁବାର ପ୍ରଥମ ପର୍ଯ୍ୟାୟରେ ୧୨ ଜିଲ୍ଲାରୁ ଏହି ସେବା ଆରମ୍ଭ ହେଲା। ଏହି ଜିଲ୍ଲା ଗୁଡିକ ହେଲା- ବଲାଙ୍ଗିର, ବରଗଡ, ଗଞ୍ଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ।

ରାଜ୍ୟବାସୀଙ୍କୁ ପୁରୀଧାମ ଆସି ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ଲାଭ କରିବା ପାଇଁ ଆମର ଏହି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ସେବା ଆରମ୍ଭ ହୋଇଛି। ଆପଣମାନେ ସମସ୍ତେ ଏହାର ସୁଯୋଗ ନିଅନ୍ତୁ ଓ ମହାପ୍ରଭୁଙ୍କ ଆଶୀର୍ବାଦ ଲାଭ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହାପ୍ରଭୁଙ୍କ ଇଚ୍ଛାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଗତକାଲି ଲୋକାର୍ପଣ ହୋଇଛି। ଏହି ପ୍ରକଳ୍ପ ଦ୍ୱାରା ମନ୍ଦିରର ଆହୁରି ଶୋଭା ବର୍ଦ୍ଧନ ହେବା ସହିତା ପରିବେଶକୁ ଆହୁରି ଭକ୍ତିମୟ କରିଛି। ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କ ପାଇଁ ସୁବିଧା ଦର୍ଶନର ବ୍ୟବସ୍ଥା କରାଯାଇଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆପଣମାନଙ୍କ ପାଇଁ ଆରାମଦାୟକ ବସ୍‌ସେବା ଆରମ୍ଭ ହେଲା। ଆପଣମାନେ ସୁବିଧାରେ ପୁରୀ ଆସି ମହାପ୍ରଭୁଙ୍କ କୃପା ଲାଭ କରିବେ ବୋଲି ମୋର ବିଶ୍ୱାସ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

ପାଣିରେ ବୁଡ଼ି ଚାଲିଗଲା ଯୁବତୀଙ୍କ ଜୀବନ

ଲାଞ୍ଜିଗଡ଼, ୧୭ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳର ଏକ ନାଳପାଣିରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ହସ୍ପିଟାଲରୁ ମହିଳାଙ୍କ ମୃତଦେହ ଜବତ, ବିଷକ୍ରିୟା ସନ୍ଦେହ…

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୁରୁବାର ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ପ୍ରହଲ୍ଲାଦ ସେଠୀଙ୍କ ସ୍ତ୍ରୀ ସାବିତ୍ରୀ ସେଠୀ(୪୫)ଙ୍କ ମୃତଦେହ ବ୍ରହ୍ମପୁର ବଡ଼…

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?