ଡବଲ୍ ଡେକର ବସ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ବହୁ ପ୍ରତୀକ୍ଷିତ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍ ହପ୍-ଅଫ୍ ବସ୍ ଶୁଭାରମ୍ଭ କରିଛନ୍ତି।

ଏହି ବସ୍ ସେବାଗୁଡ଼ିକ ଦ୍ୱାରା ପର୍ଯ୍ୟଟକମାନଙ୍କ ଯାତାୟାତକୁ ବିଶେଷ ଭାବରେ ଲାଭ ହେବା ସହିତ ପ୍ରଥମଥର ପାଇଁ ରାଜ୍ୟର ଜଣେ ସାଧାରଣ ଯାତ୍ରୀଟିଏ ମଧ୍ୟ ଏହି ସେବାର ଅନୁଭୂତି ନେଇପାରିବେ। ୫ଟି ଡବଲ୍ ଡେକର୍ ଏବଂ ୧୦ଟି ହପ୍ ଅନ୍ ହପ୍ ଅଫ୍ ଇ-ବସ୍ ସେବା ସାଧାରଣତଃ କଟକ, ପୁରୀ ଏବଂ ଖୋର୍ଦ୍ଧା ଜିଲା ଅନ୍ତର୍ଗତ ପ୍ରମୁଖ ଦର୍ଶନୀୟ ସ୍ଥାନ ଏବଂ ସାଂସ୍କୃତିକ ଐତିହ୍ୟସ୍ଥଳୀକୁ ସଂଯୋଗ କରିବ।

ସେପରି ପୁରୀ ସହରରେ ବିଭିନ୍ନ ତିର୍ଥସ୍ଥାନ ଓ ପର୍ଯ୍ୟଟନସ୍ଥଳୀକୁ ଭ୍ରମଣ କରିବା ପାଇଁ ୨୫ଟି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନଙ୍କ ଇ-ବସ୍ ସେବାର ଶୁଭାରମ୍ଭ କରାଯାଇଛି। ଏଥିରେ ପ୍ରଥମ ଯାତ୍ରୀମାନଙ୍କ ମଧ୍ୟରେ ଦୁଇଜଣ ଦିବ୍ୟାଙ୍ଗ ଯାତ୍ରୀ ଥିଲେ। ସେମାନଙ୍କର ହ୍ୱିଲ୍ ଚେୟାର ସହିତ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ସେମାନଙ୍କୁ ପ୍ରଥମ ଦୁଇଟି ବସ୍ ଟିକେଟ୍ ପ୍ରଦାନ କରିଛନ୍ତି। ଏହି ବସ୍‌ରେ ବିଶେଷତା ହେଉଛି ଦିବ୍ୟାଙ୍ଗ ଯାତ୍ରୀମାନେ ବସ୍‌ରେ ଥିବା ର‌୍ୟାମ୍ପ୍ ସାହାଯ୍ୟରେ ସେମାନଙ୍କର ହ୍ୱିଲ୍ ଚେୟାର ସହିତ ଯାତ୍ରା କରିପାରିବେ।

ଏସ୍‌ଜେଟିଏ ବସ୍ ଭଡ଼ା ସାଧାରଣ ମୋ ବସ୍ ଭଡ଼ା ଭଳି ଥିବାବେଳେ ଡବଲ ଡେକର ବସ୍ ଭଡ଼ା ସର୍ବନିମ୍ନ ମୂଲ୍ୟ ୩୦ ଟଙ୍କାରୁ ସର୍ବାଧିକ ୧୭୦ ଟଙ୍କା ସହିତ ଏକ୍ସପ୍ରେସ୍ ସେବା ଭାବରେ ଗତି କରିବ। ସେପରି ହପ୍ ଅନ୍ ହପ୍ ଅଫ୍ ଇ-ବସ୍‌ରେ ମାତ୍ର ୨୦୦ ଟଙ୍କା ମୂଲ୍ୟରେ ଦୈନିକ ପାସ୍ କରି ଯାତ୍ରୀମାନେ ଏହାର ନିର୍ଦ୍ଦିଷ୍ଟ ବସ୍ ରୁଟ୍‌ରେ ଅନବରତ ଯାତ୍ରା କରିବାର ସୁଯୋଗ ନେଇପାରିବେ।

ପରବର୍ତ୍ତି ସମୟରେ ଅନ୍ୟାନ୍ୟ କ୍ୟାବିନେଟ୍ ମନ୍ତ୍ରୀଙ୍କ ସହିତ ଡବଲ ଡେକର ବସ୍‌ରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣ ଚନ୍ଦ୍ର ମହାପାତ୍ର ଜନତା ମୈଦାନ ପର୍ଯ୍ୟନ୍ତ ଯାତ୍ରା କରି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ବସ୍ ଟିକେଟ୍ ପ୍ରଦାନ କରିଥିଲେ। ଉକ୍ତ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ଅପରାଜିତା ଷଡଙ୍ଗୀ, ବିଧାୟକ ବାବୁ ସିଂ, ପ୍ରଶାନ୍ତ ଜଗଦେବ, ଉନ୍ନୟନ କମିଶନର ଅନୁ ଗର୍ଗ, ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ, ପରିବହନ କମିଶନର ଅମିତାଭ ଠାକୁର, କ୍ରୁଟର ପରିଚାଳନା ନିର୍ଦେଶକ ଡ. ଏନ. ଥିରୁମାଲା ନାୟକଙ୍କ ସମେତ ଅନ୍ୟାନ୍ୟ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri