ଡବଲ୍ ଡେକର ବସ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ବହୁ ପ୍ରତୀକ୍ଷିତ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍ ହପ୍-ଅଫ୍ ବସ୍ ଶୁଭାରମ୍ଭ କରିଛନ୍ତି।

ଏହି ବସ୍ ସେବାଗୁଡ଼ିକ ଦ୍ୱାରା ପର୍ଯ୍ୟଟକମାନଙ୍କ ଯାତାୟାତକୁ ବିଶେଷ ଭାବରେ ଲାଭ ହେବା ସହିତ ପ୍ରଥମଥର ପାଇଁ ରାଜ୍ୟର ଜଣେ ସାଧାରଣ ଯାତ୍ରୀଟିଏ ମଧ୍ୟ ଏହି ସେବାର ଅନୁଭୂତି ନେଇପାରିବେ। ୫ଟି ଡବଲ୍ ଡେକର୍ ଏବଂ ୧୦ଟି ହପ୍ ଅନ୍ ହପ୍ ଅଫ୍ ଇ-ବସ୍ ସେବା ସାଧାରଣତଃ କଟକ, ପୁରୀ ଏବଂ ଖୋର୍ଦ୍ଧା ଜିଲା ଅନ୍ତର୍ଗତ ପ୍ରମୁଖ ଦର୍ଶନୀୟ ସ୍ଥାନ ଏବଂ ସାଂସ୍କୃତିକ ଐତିହ୍ୟସ୍ଥଳୀକୁ ସଂଯୋଗ କରିବ।

ସେପରି ପୁରୀ ସହରରେ ବିଭିନ୍ନ ତିର୍ଥସ୍ଥାନ ଓ ପର୍ଯ୍ୟଟନସ୍ଥଳୀକୁ ଭ୍ରମଣ କରିବା ପାଇଁ ୨୫ଟି ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନଙ୍କ ଇ-ବସ୍ ସେବାର ଶୁଭାରମ୍ଭ କରାଯାଇଛି। ଏଥିରେ ପ୍ରଥମ ଯାତ୍ରୀମାନଙ୍କ ମଧ୍ୟରେ ଦୁଇଜଣ ଦିବ୍ୟାଙ୍ଗ ଯାତ୍ରୀ ଥିଲେ। ସେମାନଙ୍କର ହ୍ୱିଲ୍ ଚେୟାର ସହିତ ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ସେମାନଙ୍କୁ ପ୍ରଥମ ଦୁଇଟି ବସ୍ ଟିକେଟ୍ ପ୍ରଦାନ କରିଛନ୍ତି। ଏହି ବସ୍‌ରେ ବିଶେଷତା ହେଉଛି ଦିବ୍ୟାଙ୍ଗ ଯାତ୍ରୀମାନେ ବସ୍‌ରେ ଥିବା ର‌୍ୟାମ୍ପ୍ ସାହାଯ୍ୟରେ ସେମାନଙ୍କର ହ୍ୱିଲ୍ ଚେୟାର ସହିତ ଯାତ୍ରା କରିପାରିବେ।

ଏସ୍‌ଜେଟିଏ ବସ୍ ଭଡ଼ା ସାଧାରଣ ମୋ ବସ୍ ଭଡ଼ା ଭଳି ଥିବାବେଳେ ଡବଲ ଡେକର ବସ୍ ଭଡ଼ା ସର୍ବନିମ୍ନ ମୂଲ୍ୟ ୩୦ ଟଙ୍କାରୁ ସର୍ବାଧିକ ୧୭୦ ଟଙ୍କା ସହିତ ଏକ୍ସପ୍ରେସ୍ ସେବା ଭାବରେ ଗତି କରିବ। ସେପରି ହପ୍ ଅନ୍ ହପ୍ ଅଫ୍ ଇ-ବସ୍‌ରେ ମାତ୍ର ୨୦୦ ଟଙ୍କା ମୂଲ୍ୟରେ ଦୈନିକ ପାସ୍ କରି ଯାତ୍ରୀମାନେ ଏହାର ନିର୍ଦ୍ଦିଷ୍ଟ ବସ୍ ରୁଟ୍‌ରେ ଅନବରତ ଯାତ୍ରା କରିବାର ସୁଯୋଗ ନେଇପାରିବେ।

ପରବର୍ତ୍ତି ସମୟରେ ଅନ୍ୟାନ୍ୟ କ୍ୟାବିନେଟ୍ ମନ୍ତ୍ରୀଙ୍କ ସହିତ ଡବଲ ଡେକର ବସ୍‌ରେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣ ଚନ୍ଦ୍ର ମହାପାତ୍ର ଜନତା ମୈଦାନ ପର୍ଯ୍ୟନ୍ତ ଯାତ୍ରା କରି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଥମ ବସ୍ ଟିକେଟ୍ ପ୍ରଦାନ କରିଥିଲେ। ଉକ୍ତ ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ଅପରାଜିତା ଷଡଙ୍ଗୀ, ବିଧାୟକ ବାବୁ ସିଂ, ପ୍ରଶାନ୍ତ ଜଗଦେବ, ଉନ୍ନୟନ କମିଶନର ଅନୁ ଗର୍ଗ, ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ, ପରିବହନ କମିଶନର ଅମିତାଭ ଠାକୁର, କ୍ରୁଟର ପରିଚାଳନା ନିର୍ଦେଶକ ଡ. ଏନ. ଥିରୁମାଲା ନାୟକଙ୍କ ସମେତ ଅନ୍ୟାନ୍ୟ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସଙ୍କ ବଡ଼ ଭାଇ ଘରେ ଆଇଟି ରେଡ୍‌

ଭୁବନେଶ୍ୱର,୧୭।୧: ସ୍ବର୍ଗତଃ ନବ ଦାସଙ୍କ ବଡ଼ ଭାଇ ବ୍ରଜଙ୍କ ଘରେ ଶୁକ୍ରବାର ସକାଳୁ ଆଇଟି ରେଡ୍‌ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଏହି...

୧୦୫ ପ୍ରକଳ୍ପରେ ୪.୮ ନିୟୁତ ଟଙ୍କା ନିବେଶ

ଭୁବନେଶ୍ୱର,୧୭।୧ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଜାତୀୟ ଷ୍ଟାର୍ଟଅପ୍‌ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ କମ୍ପାନୀ...

ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର, ଜାଣନ୍ତୁ କେତେ ବଢ଼ିଲା…

ଭୁବନେଶ୍ୱର,୧୭ା୧: ସ୍କିମାଟିକ୍‌ କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସ ଖବର। ଏହି ବର୍ଗର ଶିକ୍ଷକମାନଙ୍କର ଦରମା ବଢ଼ାଇଛନ୍ତି ସରକାର। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ...

ଉଦ୍‌ଘାଟିତହେଲା ମାଣ୍ଡିଆ ମଣ୍ଡି

କର୍ଲାମୁଣ୍ଡା,୧୭।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହଲ ପଞ୍ଚାୟତର ଭାଲୁପିଆଠାରେ ମାଣ୍ଡିଆ ମଣ୍ଡି ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ...

ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ଠକେଇ ମାମଲାରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୧୭ା୧(ସତ୍ୟଜିତ୍‌ ରାଉତ): ରୋଜଭ୍ୟାଲି ଚିଟ୍‌ଫଣ୍ଡ ଠକେଇ ମାମଲାରେ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର କୋର୍ଟ (ପିଏମ୍‌ଏଲ୍‌ଏ) ତଥା ଜିଲା ଓ ଦୌରା ଜଜ୍‌ ଚାର୍ଜଫ୍ରେମ୍‌ କରିଛନ୍ତି। ରୋଜ୍‌ଭ୍ୟାଲି ଚେୟାରମ୍ୟାନ...

ମିଥ୍ୟା ବିଜ୍ଞାପନ ପାଇଁ ପାର୍ଲେ କମ୍ପାନୀକୁ ଅର୍ଥଦଣ୍ଡ

ଖୋର୍ଦ୍ଧା,୧୭ା୧(ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ବିଜ୍ଞାପନ ଦେଇ ଖାଦ୍ୟ ଉପତ୍ାଦ ବିକ୍ରି ଅଭିଯୋଗରେ ବିସ୍କୁଟ କମ୍ପାନୀ ‘ପାର୍ଲେ’ ଅଧିକୃତ ସଂସ୍ଥା ଫ୍ରାଞ୍ଚାଇଜ କର୍ତ୍ତୃପକ୍ଷ, ଡିଷ୍ଟ୍ରିବ୍ୟୁଟରଙ୍କୁ ଖାଦ୍ୟ ସୁରକ୍ଷା...

୧୯ ବର୍ଷରେ ୬୬% ଗୋମହିଷାଦି ସଂଖ୍ୟା କମିଛି, ଅର୍ଥନୀତି, ପରିବେଶ ଉପରେ ପକାଉଛି ପ୍ରଭାବ

କେନ୍ଦ୍ରାପଡ଼ା,୧୭ା୧(ଜଗନ୍ନାଥ ଧଳ): ୧୯୯୯ ମହାବାତ୍ୟା ପରେ କେନ୍ଦ୍ରାପଡ଼ା ଜିଲାର ଗୋମହିଷାଦି ପ୍ରାଣୀ ସଂଖ୍ୟା ଉପରେ ଚଡ଼କ ପଡିଛି। ଏକଦା ଗ୍ରାମାଞ୍ଚଳ ଅର୍ଥନୀତିକୁ ସମୃଦ୍ଧ କରୁଥିବା ଏହି...

ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ

ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri