୪୨୦ କୋଟିରୁ ଉର୍ଦ୍ଧ୍ୱ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ +୨ ମହାବିଦ୍ୟାଳୟ ସ୍ଥାପନ କରିବା ପାଇଁ ଓ ବିଶୋଇ ସ୍ଥିତ ମିନି ଷ୍ଟାଡିଅମକୁ ମହାପୁରୁଷ ଧରଣୀଧର ନାଏକଙ୍କ ନାମରେ ନାମିତ କରିବା ଏବଂ ସେଠାରେ ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବାପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟଯେ ଜିଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ମଧ୍ୟରେ ୩୨୮ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୩୩ଟି ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଏବଂ ୯୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୫୨ ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

ବିଶୋଇ ମିନିଷ୍ଟାଡିଅମ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମୟୂରଭଞ୍ଜ ଜିଲାର ବିକାଶ ଯାତ୍ରାରେ ଏ ସବୁ ପ୍ରକଳ୍ପ ଗୁଡ଼ିକ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ିଲା। ଆଜି ଦିନଟି ଜିଲ୍ଲାବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ସମସ୍ତ ପ୍ରକଳ୍ପ ଗୁଡ଼ିକ ରାଇରଙ୍ଗପୁର, କୁସୁମି, ବିଜାତଳା, ବହଳଦା, ଜାମ୍‌ଦା, ତିରିଂ ଅଞ୍ଚଳରେ ବିକାଶର ଏକ ନୂଆଧାରା ସୃଷ୍ଟି କରିବା ସହିତ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୂଳଦୁଆ ପକାଇବ। ଏହି ସବୁ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ, ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ, ବିଦ୍ୟାଳୟ ଭିତ୍ତିଭୂମି ଉନ୍ନତି କରଣ, ବ୍ୟାଙ୍କ ସୁବିଧା, ସ୍ୱାସ୍ଥ୍ୟକେନ୍ଦ୍ର, ସଡକ ନିର୍ମାଣ ପ୍ରକଳ୍ପ, ଆଦିବାସୀ ସଂସ୍କୃତି ଭବନ ଏବଂ ଅନ୍ୟାନ୍ୟ ସରକାରୀ ଭିତ୍ତିଭୂମି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri