୪୨୦ କୋଟିରୁ ଉର୍ଦ୍ଧ୍ୱ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ +୨ ମହାବିଦ୍ୟାଳୟ ସ୍ଥାପନ କରିବା ପାଇଁ ଓ ବିଶୋଇ ସ୍ଥିତ ମିନି ଷ୍ଟାଡିଅମକୁ ମହାପୁରୁଷ ଧରଣୀଧର ନାଏକଙ୍କ ନାମରେ ନାମିତ କରିବା ଏବଂ ସେଠାରେ ତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରିବାପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟଯେ ଜିଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ମଧ୍ୟରେ ୩୨୮ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୧୩୩ଟି ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଏବଂ ୯୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ମୂଲ୍ୟର ୫୨ ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।

ବିଶୋଇ ମିନିଷ୍ଟାଡିଅମ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମୟୂରଭଞ୍ଜ ଜିଲାର ବିକାଶ ଯାତ୍ରାରେ ଏ ସବୁ ପ୍ରକଳ୍ପ ଗୁଡ଼ିକ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ିଲା। ଆଜି ଦିନଟି ଜିଲ୍ଲାବାସୀଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ । ଏହି ସମସ୍ତ ପ୍ରକଳ୍ପ ଗୁଡ଼ିକ ରାଇରଙ୍ଗପୁର, କୁସୁମି, ବିଜାତଳା, ବହଳଦା, ଜାମ୍‌ଦା, ତିରିଂ ଅଞ୍ଚଳରେ ବିକାଶର ଏକ ନୂଆଧାରା ସୃଷ୍ଟି କରିବା ସହିତ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୂଳଦୁଆ ପକାଇବ। ଏହି ସବୁ ପ୍ରକଳ୍ପଗୁଡ଼ିକ ମଧ୍ୟରେ ଗ୍ରାମ୍ୟ ପାନୀୟ ଜଳ ପ୍ରକଳ୍ପ, ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପ, ବିଦ୍ୟାଳୟ ଭିତ୍ତିଭୂମି ଉନ୍ନତି କରଣ, ବ୍ୟାଙ୍କ ସୁବିଧା, ସ୍ୱାସ୍ଥ୍ୟକେନ୍ଦ୍ର, ସଡକ ନିର୍ମାଣ ପ୍ରକଳ୍ପ, ଆଦିବାସୀ ସଂସ୍କୃତି ଭବନ ଏବଂ ଅନ୍ୟାନ୍ୟ ସରକାରୀ ଭିତ୍ତିଭୂମି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri