Posted inଜାତୀୟ

‘ନବନ୍ନା ଅଭିଯାନ’ ପାଇଁ ବାହାରୁ ଗୁଣ୍ଡା ଆଣିଥିଲା ଭାଜପା: ମମତା

କୋଲକାତା,୧୪।୯: ପଶ୍ଚିମବଙ୍ଗର ମମତା ସରକାରଙ୍କ ଦୁର୍ନୀତି ବିରୋଧରେ ଭାଜପା ‘ନବନ୍ନା ଅଭିଯାନ’ ଆରମ୍ଭ କରିଥିଲା। ଏହି ସମୟରେ ବିକ୍ଷୋଭକାରୀଙ୍କ ସହିତ ପୋଲିସ ସହିତ ସଂଘର୍ଷ ଘଟି ଅନେକ ଲୋକ ଆହତ ହୋଇଛନ୍ତି। ଏହି ପ୍ରଦର୍ଶନକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପାକୁ ଟାର୍ଗେଟ କରିଛନ୍ତି।
ମମତା କହିଛନ୍ତି, ସେପ୍ଟେମ୍ବର୧୩ର ରାଲି ପାଇଁ ବଙ୍ଗଳା ବାହାରୁ ଭାଜପା ଗୁଣ୍ଡା ଆଣିଥିଲା। ହିଂସାତ୍ମକ ଭାଜପା ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ ଗୁଳି ଚଳାଇ ପାରିଥାନ୍ତା, କିନ୍ତୁ ସରକାର ସଂଯମ ପାଳନ କରିଥିଲେ।
କଲିକତା ହାଇକୋର୍ଟ ମଧ୍ୟ ନବନ୍ନା ମାର୍ଚ୍ଚରେ ହୋଇଥିବା ହିଂସା ସମ୍ପର୍କରେ ରାଜ୍ୟ ଗୃହ ସଚିବଙ୍କଠାରୁ ରିପୋର୍ଟ ମାଗିଛନ୍ତି। ରିପୋର୍ଟ ଦାଖଲ କରିବାକୁ ସେପ୍ଟେମ୍ବର ୧୯ ପର୍ଯ୍ୟନ୍ତ କୋର୍ଟ ସମୟ ଦେଇଛନ୍ତି।
ସୂଚନାଯୋଗ୍ୟ, ଭାଜପା ମଙ୍ଗଳବାର ଶାସକ ତୃଣମୂଳ କଂଗ୍ରେସ (ଟିଏମସି) ସରକାର ବିରୋଧରେ ପଶ୍ଚିମବଙ୍ଗ ସଚିବାଳୟଠାରୁ ଏକ ନବନ୍ନା ପଦଯାତ୍ରା ଆରମ୍ଭ କରିଥିଲା। ଏହି ପଦଯାତ୍ରା ପାଇଁ ପୋଲିସ ଅନୁମତି ଦେଇ ନ ଥିଲା। ବିରୋଧ ପ୍ରଦର୍ଶନ ସମୟରେ ଭାରତୀୟ ଜନତା ପାର୍ଟି କର୍ମୀ ଏବଂ ପୋଲିସ ମଧ୍ୟରେ ଅନେକ ସ୍ଥାନରେ ସଂଘର୍ଷ ହୋଇଥିଲା। ବିକ୍ଷୋଭକାରୀଙ୍କୁ ରୋକିବା ପାଇଁ ପୋଲିସ ଲୁହବୁହା ଗ୍ୟାସ ବ୍ୟବହାର କରିଥିଲା। ଅନେକ କାର୍ଯ୍ୟକର୍ତ୍ତାଙ୍କୁ ମଧ୍ୟ ପୋଲିସ ଗିରଫ କରିଥିଲା। ପ୍ରଦର୍ଶନ ସମୟରେ ଏକ ପୋଲିସ କାରରେ ନିଆଁ ଲଗାଇଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri