Posted inଜାତୀୟ

ମୋଦିଙ୍କୁ ଭେଟିବେ ଦିଦି!

କୋଲକାତା,୧୫ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜୁଲାଇ ୨୫ରେ ଦିଲ୍ଲୀ ଗସ୍ତ କରିପାରନ୍ତି । ସେ କହିଛନ୍ତି ସଂସଦର ମୌସୁମୀ ଅଧିବେଶନ ଚାଲିଥିବା ବେଳେ ସେ ଦିଲ୍ଲୀ ଗସ୍ତ କରିବେ । ଏହି ସମୟରେ ସେ କେତେଜଣ ନେତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ମମତା କହିଛନ୍ତି ଯଦି ସେମାନେ ସମୟ ଦିଅନ୍ତି ତେବେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମଧ୍ୟ ସାକ୍ଷାତ୍ କରିପାରନ୍ତି । ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ସହ କେନ୍ଦ୍ର ସରକାରଙ୍କର ଭଲ ସମ୍ପର୍କ ନାହିଁ । ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ସମୟରେ ହୋଇଥିବା ହିଂସା ପରେ ଏହା ଆହୁରି ବଢି ଯାଇଛି । ସେପଟେ ଗତ ମେ’ ମାସରେ ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟଥର କାର୍ଯ୍ୟଭାର ସମ୍ଭାଳିଥିବା ମମତା ବାନାର୍ଜୀଙ୍କର ଏହା ପ୍ରଥମ ଦିଲ୍ଲୀ ଗସ୍ତ । ବିଶେଷ ସୂତରୁ ମିଳିଥିବା ସୂଚନା ଅନୁଯାୟୀ, ମମତା ଏହି ଗସ୍ତ ସମୟରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କ ସମେତ କେତେଜଣ ବିରୋଧି ଦଳ ନେତାଙ୍କୁ ସାକ୍ଷାତ୍ କରିପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri