Posted inଜାତୀୟ

କୋଲକାତା ଫେରିଲେ ଦିଦି, କହିଲେ ବିରୋଧି ଏକଜୁଟ ହେବା ଜରୁରୀ

ନୂଆଦିଲ୍ଲୀ,୩୦ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କର ୫ ଦିନିଆ ଦିଲ୍ଲୀ ଗସ୍ତ ସାରି ଶୁକ୍ରବାର କୋଲକାତା ଫେରିଛନ୍ତି । ଏହାପୂର୍ବରୁ ସେ ଦିଲ୍ଲୀରେ କହିଛନ୍ତି ତାଙ୍କ ୫ ଦିନିଆ ଗସ୍ତ ଭିତରେ ସେ ବହୁ ନେତାଙ୍କ ସହ ସାକ୍ଷାତ୍ କରିଛନ୍ତି । ତେଣୁ ତାଙ୍କ ଯାତ୍ରା ସଫଳ ହୋଇଛି । ବିରୋଧି ଏକତା ଉପରେ ଜୋର ଦେଇ ଦିଦି କହିଛନ୍ତି ଆମର ସ୍ଲୋଗାନ ହେଉଛି ‘ଲୋକତନ୍ତ୍ର ବଞ୍ଚାଅ, ଦେଶ ବଞ୍ଚାଅ’ । ମମତା କହିଛନ୍ତି ସେ ଏନ୍‌ସିପି ମୁଖ୍ୟ ଶରଦ ପାୱାରଙ୍କ ସହ କଥା ହୋଇଛନ୍ତି । କରୋନା ମହାମାରୀ ପାଇଁ ସେ କେତେଜଣ ନେତାଙ୍କ ସହ କଥା ହୋଇ ପାରିଲେ ନାହିଁ । ତେବେ ପ୍ରତି ଦୁଇ ମାସରେ ସେ ଦିଲ୍ଲୀ ଆସିବେ ବୋଲି କହିଛନ୍ତି । ଟିଏମ୍‌ସି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୃଷି ଆଇନ ଓ ପେଟ୍ରୋଲ ଡିଜେଲ ଦର ବୃଦ୍ଧିକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି କୃଷକଙ୍କୁ ଆମର ପୂର୍ଣ୍ଣ ସମର୍ଥନ ରହିଛି । ସୂଚନାଯୋଗ୍ୟ, ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ମମତାଙ୍କର ଏହା ପ୍ରଥମ ଦିଲ୍ଲୀ ଗସ୍ତ ଥିଲା । ୨୬ ଜୁଲାଇରେ ସେ ଦିଲ୍ଲୀ ପହଞ୍ଚିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍ କରିଥିଲେ । ଏହାସହ କଂଗ୍ରେସ ଅଧ୍ୟକ୍ଷା ସୋନୀଆ ଗାନ୍ଧୀ, କମଲନାଥ, ଆନନ୍ଦ ଶର୍ମା, ଅଭିଶେକ ମନୁ ସିଘଂବିଙ୍କ ସହ ମଧ୍ୟ ସାକ୍ଷାତ୍ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟା: ବଢୁଛି ଜଳସ୍ତର, ସତର୍କ କରାଇଲେ ସରକାର

କାଠମାଣ୍ଡୁ,୩୦।୮: ବୁଧବାର ହୋଇଥିବା ଭୟଙ୍କର ବନ୍ୟା ପରେ ନେପାଳର ପରିସ୍ଥିତି ଗମ୍ଭୀର ରହିଛି। ମଧ୍ୟ ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ୭୩୪ ରେ ପହଞ୍ଚିଛି, ଯେତେବେଳେ…

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri