Posted inଜାତୀୟ

ପୁଣି କେନ୍ଦ୍ର ସରକାରକୁ ଟାର୍ଗେଟ୍‌ କଲେ ମମତା: କହିଲେ, ମୁଁ ଯେମିତି ତାଙ୍କ ଶ୍ରମିକ

କୋଲକତା,୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଆଜି ସନ୍ଧ୍ୟାରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ଆୟୋଜିତ ହେବାକୁ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ ସମାରୋହରେ ନିମନ୍ତ୍ରଣ ପତ୍ରକୁ ନେଇ ମମତା ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଗତକାଲି ସନ୍ଧ୍ୟାରେ ଜଣେ ଅଣ୍ଡର ସେକ୍ରେଟାରୀଙ୍କ ଚିଠି ଆସିଥିଲା। ଆସନ୍ତାକାଲି ସନ୍ଧ୍ୟା ୭ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନେତାଜୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। କାର୍ଯ୍ୟକ୍ରମ ଆରମ୍ଭ ହେବା ପୂର୍ବରୁ ଏଠାରେ ଉପସ୍ଥିତ ରହିବାକୁ ପଡିବ ବୋଲି ଚିଠିରେ ଲେଖା ଥିଲା। ସତେ ଯେପରି ମୁଁ ତାଙ୍କର ଶ୍ରମିକ। ଏହି କାରଣରୁ ଗୁରୁବାର ଅପରାହ୍ଣରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତାଙ୍କୁ ସମ୍ମାନ ଜଣାଇଛି ବୋଲି ସେ କହିଛନ୍ତି।
ସେହିପରି ୨୦୨୪ ଲୋକ ସଭା ନିର୍ବାଚନକୁ ନେଇ ମଧ୍ୟ ମମତା ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ୨୦୨୪ରେ ଆମେ ପଶ୍ଚିମବଙ୍ଗରୁ ଏକ ଖେଳ ଆରମ୍ଭ କରିବୁ। ହେମନ୍ତ ସୋରେନ, ଅଖିଳେଶ ଯାଦବ, ନୀତୀଶ କୁମାର, ମୁଁ ଏବଂ ଅନ୍ୟ ସହଯୋଗୀମାନେ ଏକଜୁଟ ହେବୁ। ଆମେ ଏକଜୁଟ ହେଲେ ଭାଜପା ସରକାର ଗଠନ କରିପାରିବ ନାହିଁ ବୋଲି ମମତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

ୟୁ-ଟର୍ନ ନେଲା ଆନ୍ଦୋଳନ: ସରକାରଙ୍କ ଆଗରେ ପୁଣି ବଡ଼ ସର୍ତ୍ତ ରଖିଲା CJP, ବଢିଲା କେନ୍ଦ୍ର ସରକାରଙ୍କ ମୁଣ୍ଡବିନ୍ଧା

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରବକ୍ତା ସୌରଭ ଦାସ ସରକାରଙ୍କ ସହ ଆଲୋଚନାକୁ ନେଇ କହିଛନ୍ତି ଯେ, ପୂର୍ବରୁ ସରକାର ମିଛ କହିଥିଲେ ଯେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri