Posted inଜାତୀୟ

ଫୋନ୍‌ରେ ଷ୍ଟାଲିନଙ୍କ ସହ କଥା ହେଲେ ମମତା

କୋଲକାତା,୧୯।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ନୀତୀଶ କୁମାରଙ୍କ ସମେତ ଅନେକ ନେତା ଲୋକ ସଭା ନିର୍ବାଚନକୁ ନେଇ ବିରୋଧୀ ଏକତା ପାଇଁ ନିରନ୍ତର ଚେଷ୍ଟା କରୁଛନ୍ତି। ଏହି ସମୟରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଡିଏମ୍‌କେ ମୁଖ୍ୟ ତଥା ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ସହ ବୁଧବାର ଫୋନ୍‌ରେ କଥା ହୋଇଛନ୍ତି।

ମମତା ବାନାର୍ଜୀ ଷ୍ଟାଲିନଙ୍କ ସହ କଥାବାର୍ତ୍ତା ବେଳେ ତାମିଲନାଡୁ ବିଧାନସଭା ଦ୍ୱାରା ପାରିତ ହୋଇଥିବା ବିଲକୁ ସମର୍ଥନ କରିଛନ୍ତି। ଯେଉଁଥିରେ ରାଜ୍ୟପାଳ ଏକ ପ୍ରସଙ୍ଗକୁ ଅନୁମୋଦନ କରିବା ପାଇଁ ଏକ ସମୟ ସୀମା ନିର୍ଦ୍ଧାରଣ କରିବାକୁ କୁହାଯାଇଛି। ଏହାକୁ ନେଇ ଷ୍ଟାଲିନ ମଧ୍ୟ ଅଣ-ଭାଜପା ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ଲେଖିଥିଲେ। ତେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଏବଂ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ମଧ୍ୟ ରାଜ୍ୟପାଳଙ୍କ ସମୟସୀମାକୁ ସମର୍ଥନ କରିଛନ୍ତି।

ଷ୍ଟାଲିନଙ୍କ ସହ ବାର୍ତ୍ତାଳାପ ବେଳେ ମମତା ବାନାର୍ଜୀ କହିଛନ୍ତ, ବିରୋଧୀ ଦଳର ମୁଖ୍ୟମନ୍ତ୍ରୀଙ୍କ ବୈଠକ ଡକାଯିବା ଉଚିତ୍‌। ଯାହା ଦ୍ୱାରା ପରବର୍ତ୍ତୀ ପଦକ୍ଷେପ ଉପରେ ଆଲୋଚନା ହୋଇପାରିବ। ନିକଟରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ଷ୍ଟାଲିନ, ନୀତୀଶ କୁମାର ଏବଂ ଉଦ୍ଧବ ଠାକରେଙ୍କ ସମେତ ଅନେକ ନେତାଙ୍କ ସହ ବିରୋଧୀ ଦଳର ବୈଠକ ସମ୍ପର୍କରେ କଥା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri