Posted inଜାତୀୟ

ସିବିଆଇ ପଚରା ଉଚରା ପୂର୍ବରୁ କାହିଁକି ଅଭିଶେକଙ୍କ ଘରେ ପହଞ୍ଚିଲେ ମମତା

କୋଲାକାତା,୨୩ ।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ହଠାତ୍ ଭଣଜା ଅଭିଶେକ ବାନାର୍ଜୀଙ୍କ ଘରେ ପହଞ୍ଚିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ସେଠାରେ ସେ ମାତ୍ର ୧୦ ମିନିଟ୍ ରହିଥିବା କୁହାଯାଉଛି । ଏହାପରେ ହରିଶ ମୁଖାର୍ଜୀ ରୋଡରେ ଥିବା ଅଭିଶେକଙ୍କ ଘରେ କେନ୍ଦ୍ରୀୟ ଯାଞ୍ଚ ବ୍ୟୁରୋ(ସିବିଆଇ) ପହଞ୍ଚି ଯାଇଥିଲେ । ସିବିଆଇ କୋଇଲା ଘୋଟାଲା ମାମଲାର ଯାଞ୍ଚପାଇଁ ପହଞ୍ଚିଥିବା ଜଣାପଡିଛି । ମମତା ସରକାରରେ ମନ୍ତ୍ରୀ ଥିବା ଅଭିଶେକ ବାନାର୍ଜୀଙ୍କ ପତ୍ନୀ ରୁଜିରା ବାନାର୍ଜୀଙ୍କୁ ପଚରା ଉଚରା ପାଇଁ ସିବିଆଇ ସେଠାରେ ପହଞ୍ଚିଛି । ସୂଚନାଯୋଗ୍ୟ, ରବିବାର ପ୍ରଥମଥର ଲାଗି ଅଭିଶେକଙ୍କ ପତ୍ନୀ ଓ ତାଙ୍କ ଶାଳୀଙ୍କୁ ପଚରାଉଚରା ପାଇଁ ସିବିଆଇ ତାଙ୍କ ଘରେ ପହଞ୍ଚିଥିଲା । ଉଭୟ ରୁଜିରା ଓ ତାଙ୍କ ଭଉଣୀ ଏହି ମାମଲରେ ସମ୍ପୃକ୍ତ ଥିବା ଜଣାପଡିବା ପରେ ଏମାନଙ୍କ ନାଁରେ ସମନ ଜାରି କରାଯାଇଥିଲା । ତେବେ ମଙ୍ଗଳବାର ହଠାତ୍ ଦିଦିଙ୍କ ଗସ୍ତ ବହୁ ପ୍ରଶ୍ନବାଚୀ ସୃଷ୍ଟି କରିଛି । ନିକଟରେ ଅଭିଶେକ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଏକ ମାନହାନୀ ମାମଲା କରିବା ପରେ ଏବେ ତାଙ୍କ ଘରେ ସିବିଆଇ ପହଞ୍ଚିବା ଆଗକୁ ରାଜନ୍ରେତୀକ ମୋଡ ନେଇପାରେ ବୋଲି ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri