Posted inଜାତୀୟ

ସିବିଆଇ ପଚରା ଉଚରା ପୂର୍ବରୁ କାହିଁକି ଅଭିଶେକଙ୍କ ଘରେ ପହଞ୍ଚିଲେ ମମତା

କୋଲାକାତା,୨୩ ।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ହଠାତ୍ ଭଣଜା ଅଭିଶେକ ବାନାର୍ଜୀଙ୍କ ଘରେ ପହଞ୍ଚିବା ଖବର ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ସେଠାରେ ସେ ମାତ୍ର ୧୦ ମିନିଟ୍ ରହିଥିବା କୁହାଯାଉଛି । ଏହାପରେ ହରିଶ ମୁଖାର୍ଜୀ ରୋଡରେ ଥିବା ଅଭିଶେକଙ୍କ ଘରେ କେନ୍ଦ୍ରୀୟ ଯାଞ୍ଚ ବ୍ୟୁରୋ(ସିବିଆଇ) ପହଞ୍ଚି ଯାଇଥିଲେ । ସିବିଆଇ କୋଇଲା ଘୋଟାଲା ମାମଲାର ଯାଞ୍ଚପାଇଁ ପହଞ୍ଚିଥିବା ଜଣାପଡିଛି । ମମତା ସରକାରରେ ମନ୍ତ୍ରୀ ଥିବା ଅଭିଶେକ ବାନାର୍ଜୀଙ୍କ ପତ୍ନୀ ରୁଜିରା ବାନାର୍ଜୀଙ୍କୁ ପଚରା ଉଚରା ପାଇଁ ସିବିଆଇ ସେଠାରେ ପହଞ୍ଚିଛି । ସୂଚନାଯୋଗ୍ୟ, ରବିବାର ପ୍ରଥମଥର ଲାଗି ଅଭିଶେକଙ୍କ ପତ୍ନୀ ଓ ତାଙ୍କ ଶାଳୀଙ୍କୁ ପଚରାଉଚରା ପାଇଁ ସିବିଆଇ ତାଙ୍କ ଘରେ ପହଞ୍ଚିଥିଲା । ଉଭୟ ରୁଜିରା ଓ ତାଙ୍କ ଭଉଣୀ ଏହି ମାମଲରେ ସମ୍ପୃକ୍ତ ଥିବା ଜଣାପଡିବା ପରେ ଏମାନଙ୍କ ନାଁରେ ସମନ ଜାରି କରାଯାଇଥିଲା । ତେବେ ମଙ୍ଗଳବାର ହଠାତ୍ ଦିଦିଙ୍କ ଗସ୍ତ ବହୁ ପ୍ରଶ୍ନବାଚୀ ସୃଷ୍ଟି କରିଛି । ନିକଟରେ ଅଭିଶେକ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଏକ ମାନହାନୀ ମାମଲା କରିବା ପରେ ଏବେ ତାଙ୍କ ଘରେ ସିବିଆଇ ପହଞ୍ଚିବା ଆଗକୁ ରାଜନ୍ରେତୀକ ମୋଡ ନେଇପାରେ ବୋଲି ଆଲୋଚନା ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

କିଏ ସେହି ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା!

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦା ଏବେ ନିଜ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଅଭିନେତାଙ୍କ ପତ୍ନୀ ସୁନୀତା ଗୋବିନ୍ଦାଙ୍କ ସହ ଛାଡ଼ପତ୍ର ପାଇଁ…

ଚିନିକୁ ନେଇ ସରକାର ନେଲେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏଣିକି…

ନୂଆଦିଲ୍ଲୀ, ୨୧ା୮ (ପି.ଟି.):ପାର୍ବଣ ଋତୁ ପୂର୍ବରୁ ବଜାରରେ ଚିନି ଦର ବୃଦ୍ଧି ଓ ଯୋଗାଣ ହ୍ରାସକୁ ରୋକିବା ପାଇଁ କେନ୍ଦ୍ର ସରକାର ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ…

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri