ଆର୍‌ଏସ୍‌ଏସର ପୂର୍ବତନ ସଂଘ ଚାଳକ ଯୋଗେନ୍ଦ୍ର ସାହୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଅସୁସ୍ଥ ଥିବା କେନ୍ଦୁଝର ଜିଲା ଆର୍‌ଏସ୍‌ଏସର ପୂର୍ବତନ ସଂଘ ଚାଳକ ଯୋଗେନ୍ଦ୍ରନାଥ ସାହୁଙ୍କୁ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଗ୍ରାମର ବାସଭବନରେ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ସେ କିଛିଦିନ ହେବ ନିମନିଆ, ହାର୍ଟ ଆଦି ଏକାଧିକ ରୋଗର ଶିକାର ହୋଇ ଅସୁସ୍ଥ ହୋଇ ପଡ଼ିଥିବାହେଳେ ଚଳପ୍ରଚଳ କରି ନ ପାରି ଘରେ ପଡ଼ି ରହିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଗାଁ ରାଇକଳା ଅଭିମୁଖେ ଯାଉଥିବାବେଳେ ସାହୁଙ୍କୁ ଭେଟି ତାଙ୍କର ଭଲମନ୍ଦ ପଚାରି ବୁଝିଥିଲେ। ଏହାଛଡ଼ା ପଦ୍ମପୁର ଅଞ୍ଚଳର ଲୋକମାନଙ୍କର ସମସ୍ୟା ଉପରେ ପ୍ରଶାସନଙ୍କୁ ଅବଗତ କରିଥିଲେ। ଏଥିରେ ରାଇସୁଆଁ ମଣ୍ତଳ ସଭାପତି ସମିର ସାହୁ, ଜିଲା ସଭାପତି ଶୁକଦେବ ମହାନ୍ତ, ଉପସଭାପତି ଗୋପୀନାଥ ରାମ, ପୂର୍ବତନ ନଗର ମଣ୍ତଳ ସଭାପତି ବିଶ୍ବଜିତ ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ଲିଗାଲ ଆଡଭାଇଜର, ବିରଜା ମିଶ୍ର, ପଦ୍ମପୁର ଲକ୍ଷ୍ମୀପୂଜା କମିଟି ସଭାପତି ବିଜୟ କୁମାର ସାହୁ, ଅଧ୍ୟାପକ ରାମଶଙ୍କର ସାହୁ, ସିଆରସିସି ଜନ୍ମେଜୟ ସାହୁ ସମେତ ଅନ୍ୟ କର୍ମକର୍ତ୍ତା ଉପସ୍ଥିତଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri